ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ପତ୍ନୀ ଥାନାରେ ଏତଲା ଦେବା ପରେ ସୋହେଲା ପୋଲିସ ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରଜନୀ ସାହୁ, ଦିନେଶ ସାହୁ ଓ ବୁଲୁ ସାହୁ।

ପ୍ରକାଶ ଯେ, ଗତ ସେପ୍ଟେମ୍ବର ୮ ତାରିଖ ସକାଳେ ପାଣ୍ଡକିପାଲିର ଶ୍ରମିକ ଅମୃତ ବର୍ଗେଙ୍କୁ କିଛି କାମ ଅଛି କହି ଅଭିଯୁକ୍ତମାନେ ଘରୁ ଡାକି ନେଇଥିଲେ। ଏହାର କିଛି ସମୟ ପରେ ରଜନୀ ସାହୁ ଅମୃତଙ୍କ ପତ୍ନୀ ବିଦେଶିନୀ ବର୍ଗେଙ୍କୁ ସ୍ୱାମୀଙ୍କ ଦେହ ଖରାପ ଅଛି ବୋଲି କହି କ୍ଷେତକୁ ନେଇଥିଲେ। ସେଠାରେ ଅମୃତ ମୃତବତ୍‌ ବେହୋସ ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କୁ ପ୍ରଥମେ ପାଣ୍ଡକିପାଲି ଓ ପରେ ସୋହେଲା ଡାକ୍ତରଖାନାକୁ ନିଆଯାଇଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହାପରେ ଅଭିଯୁକ୍ତ ରଜନୀ ସାହୁ ବିଦେଶିନୀଙ୍କୁ ଧମକଚମକ ଦେଇ ମୃତଦେହକୁ ଘରକୁ ଫେରାଇ ଆଣିବା ସହ ତରବରିଆ ଭାବେ ମାଟିତଳେ ପୋତିବାର ବ୍ୟବସ୍ଥା କରିଥିଲେ। ପୂର୍ବରୁ ପ୍ରତିଶ୍ରୁତି ମୁତାବକ ଆର୍ଥିକ ସହାୟତା ନ ପାଇବାରୁ ଏବଂ ନିରନ୍ତର ଧମକ ଯୋଗୁ ହତାଶ ହୋଇ ବିଦେଶିନୀ ସମସ୍ତ ପୂର୍ବ ଘଟଣା ନିଜ ଝିଅକୁ ଜଣାଇଥିଲେ। ଝିଅଙ୍କ ସହ ଆଲୋଚନା ପରେ ଗତକାଲି (ଅକ୍ଟୋବର ୯) ବିଦେଶିନୀ ସୋହେଲା ଥାନାରେ ଏତଲା ଦେଇଥିଲେ।

ଏତଲା ପାଇବା କ୍ଷଣି ସୋହେଲା ପୋଲିସ ତୁରନ୍ତ ମୃତଦେହପୋତାଯାଇଥିବା ସ୍ଥାନକୁ ଜଗି ରହିବା ସହ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ପଦ୍ମପୁର SDPO ସୋହେଲା ଥାନାରେ ପହଞ୍ଚି ତଦନ୍ତର ନିରୀକ୍ଷଣ କରିଥିଲେ। ଆଜି ସକାଳେ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛନ୍ତି।

ଏହି ଘଟଣାରେ ସୋହେଲା ପୋଲିସ ଭାରତୀୟ ନ୍ୟାୟ ସଂହିତା (BNS) ଏବଂ SC/ST ଆକ୍ଟର ବିଭିନ୍ନ ଧାରା ୧୦୩(୧),୨୩୮(a ),୩(୫),୩(୧)r, ୩ (୧)(s)୩(୨)VA ରେ ମାମଲା ରୁଜୁ କରିଛି। ଇନ୍ସପେକ୍ଟର ଶ୍ୟାମାନନ୍ଦ ନାୟକଙ୍କୁ ଏହି ମାମଲାର ତଦନ୍ତକାରୀ ଅଫିସର ଭାବେ ନିଯୁକ୍ତ କରାଯାଇଥିବା ନେଇ IIC ହରିଶଙ୍କର ଭୋଇ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?