ଘରେ ପଶି ଗର୍ଭବତୀଙ୍କୁ ଆକ୍ରମଣ, ସ୍ବାମୀ ପହଞ୍ଚିବା ପରେ ବନ୍ଧୁକ ଧରି ହତ୍ୟା ଉଦ୍ୟମ; ଜେଲ ଗଲେ…

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ରାଇଗୁଡା ଗ୍ରାମରେ ପୂର୍ବ ଶତ୍ରୁତାରୁ ଘଟିଥିବା ହତ୍ୟା ଉଦ୍ୟମ ଘଟଣାରେ କେ. ନୂଆଗାଁ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରାଇଗୁଡା ଗ୍ରାମର ମନୋଜ ପାଇକ। କେ. ନୂଆଗାଁ ଥାନା ମାମଲା ୩୦୧/୨୫ ଅଭିଯୁକ୍ତଙ୍କୁ ଶୁକ୍ରବାର ଦିଗପହଣ୍ଡି କୋର୍ଟ ଚାଲାଣ କରାଯାଇଥିଲା।ସେଠାରେ ଜାମିନ ଆବେଦନ ଖାରଜ ହୋଇ ଯିବାରୁ ମନୋଜଙ୍କୁ ସ୍ଥାନୀୟ ସବ ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି।
ଅଭିଯୋଗ ପ୍ରକାରେ ଗତ ଅଗଷ୍ଟ ୨୯ ତାରିଖ ରାତି ପ୍ରାୟ ସାଢେ ୭ ଟା ସମୟରେ ଅଭିଯୁକ୍ତ ମନୋଜ ସେହି ଗ୍ରାମର ଜଣେ ଗର୍ଭବତୀ ମହିଳାଙ୍କ ଘରେ ପଶି ତାଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କୁ ମାଡ ମାରିଥିଲେ। ତାଙ୍କ ପାଟି ଶୁଣି ତାଙ୍କ ସ୍ବାମୀ ଟୁନା ଘଟଣା ସ୍ଥଳରେ ପହଞ୍ଚିବା ପରେ ଅଭିଯୁକ୍ତ ତାଙ୍କ ଉପରେ ମଧ୍ୟ ଆକ୍ରମଣ କରିଥିଲେ। ଗାଁ ଲୋକେ ରୁଣ୍ଡ ହୋଇ ଯିବାରୁ ଅଭିଯୁକ୍ତ ମନୋଜ ସେଠାରୁ ଚାଲି ଯାଇଥିଲେ ମଧ୍ୟ କିଛି ସମୟ ପରେ ପୁଣି ଏକ ଦେଶୀ ବନ୍ଧୁକ ଆଣି ଦମ୍ପତ୍ତିଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଭିତ୍ତିରେ ମାମଲାର ତଦନ୍ତ ସମୟରେ ଅଭିଯୁକ୍ତଙ୍କ ଠାରୁ ଦେଶୀ ବନ୍ଧୁକ ଜବତ କରାଯାଇଥିବା ଆଇଆଇସି କିଶୋର କୁମାର ସାମଲ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri