ଘରୁ ଡାକି ନେଇ ପିଟିପିଟି ମାରିଦେଲେ

କେନ୍ଦୁଝର,୨୬ା୪(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ମନୋହରପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଚାରିଜଣ ଯୁବକ ଲୁହାଛଡ଼ରେ ପିଟିପିଟି ହତ୍ୟା କରିଛନ୍ତି। ମୃତକ ହେଲେ ମନୋହରପୁର ଗ୍ରାମର ଭାଗ୍ୟଧର ଘଣା(୩୯)।
ସୂଚନାଯୋଗ୍ୟ, ସୋମବାର ୪ଜଣ ଯୁବକ କାରରେ ଆସି ଭାଗ୍ୟଧରଙ୍କ ସହିତ ଫୋନରେ କଥା ହୋଇଥିଲେ। ରାତିରେ ଭାଗ୍ୟଧରଙ୍କୁ ମନହରପୁର ପୋଖରୀ ପାଶର୍‌ବକୁ ଡାକିଥିଲେ। ଭାଗ୍ୟଧର ସାହିର ତରଣୀସେନ ଦେହୁରୀଙ୍କ ଧରି ବାଇକରେ ସେଠାକୁ ଯାଇଥିଲେ। ସେଠାରେ ଉପସ୍ଥିତ ଯୁବକମାନେ ମଦ ପିଇଥିଲେ। ପରେ ଅନ୍ୟ ୨ ଯୁବକ ଗାଡିରୁ ଲୁହାଛଡ଼ ଆଣିଥିଲେ। ଏହା ଜାଣିପାରି ତରଣୀ ପଳାଇଚାଲ ମାରିପକେଇବେ ବୋଲି କହିବା ବେଳେ ସେମାନେ ଭାଗ୍ୟଧରଙ୍କୁ କାବୁ କରିନେଇଥିଲେ। ତରଣୀ ଖସିଆସି ବିଶ୍ବନାଥପୁର ଗ୍ରାମରେ ପହଞ୍ଚି ଲୋକଙ୍କୁ ଏହି ଘଟଣା ଜଣାଇଥିଲା। ସଦର ଥାନାକୁ ଖବର ଦେବାରୁ ଘଟଣାସ୍ଥଳରେ ସଦର ଥାନା ଏସ୍‌ଆଇ ସୂର୍ଯ୍ୟକାନ୍ତ ପାତ୍ର ଓ ଗ୍ରାମବାସୀ ପହଞ୍ଚି ଥିଲେ। ସେତେବେଳକୁ ଯୁବକମାନେ ଭାଗ୍ୟଧରଙ୍କ ମୁଣ୍ତପଛପଟକୁ ଲୁହାଛଡରେ ପିଟିପିଟି ହତ୍ୟାକରି ଫେରାର ହୋଇଯାଇଥିଲେ। ଠିକା କାମକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି। ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ୨ଜଣ ଅଭିଯୁକ୍ତଙ୍କୁ ଧରିଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଖୋଜୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri