ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଚାଳକ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ଓରାମଙ୍କୁ ହତ୍ୟା କରାଯାଇଥିବା ଦେବଗଡ଼ ଥାନାରେ ଅଭିଯୋଗ ହୋଇଥିଲା। ଦେବଗଡ଼ ଥାନା ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଉକ୍ତ ଘଟଣାରେ ପୋଲିସ ବୁଧବାର ଅଭିଯୁକ୍ତ ରିଆମାଳ ଥାନାଚଂଳର ଅସନଲତା ଗ୍ରାମର ସୁଶୀଲ କିଷାନ(୪୩)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସୂଚନା ଅନୁଯାୟୀ, ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ମଙ୍ଗଳବାର ତାଙ୍କ ସ୍ତ୍ରୀ ଗୀତା ମିଞ୍ଜଙ୍କ ସହ ତିଲେଇବଣି ବଜାରକୁ ଆସିଥିଲେ। ସେଠାରେ ଜଣେ ହାଇୱା ଚାଳକ ଅସନଲତା ଗ୍ରାମର ସୁଶୀଲଙ୍କ ସହ କାର୍ତ୍ତିକଙ୍କ କୌଣସି କାରଣକୁ ନେଇ ଯୁକ୍ତିତର୍କ ହୋଇଥିଲା। ତେବେ ବଜାର ସାରି ଉଭୟ କାର୍ତ୍ତିକ ଓ ତାଙ୍କ ସ୍ତ୍ରୀ ସ୍କୁଟି ଯୋଗେ ତାଙ୍କ ଗ୍ରାମକୁ ଫେରୁଥିବା ସମୟରେ ଚଟିବରଘାଟ ଗ୍ରାମ ନିକଟରେ ସେମାନଙ୍କ ସ୍କୁଟି ଟାୟାର ପମ୍ପଚର ହୋଇଯାଇଥିଲା। ଫଳରେ ସ୍ଵାମୀ ସ୍ତ୍ରୀ ରାସ୍ତା କଡ଼ରେ ସ୍କୁଟି ସହ ଛିଡ଼ା ହୋଇଥିଲେ। ସୁଶୀଲ ହାଇୱାରେ ସେମାନଙ୍କୁ ପିଛା କରି ସେଠାରେ ପହଞ୍ଚି କିଛି ମନ୍ତବ୍ୟ ଦେବାରୁ କାର୍ତ୍ତିକ ସହ ପୁଣି ଥରେ ଯୁକ୍ତିତର୍କ ହୋଇଥିଲା। ତେବେ ଗୀତା ତାଙ୍କ ସ୍ଵାମୀଙ୍କୁ ବୁଝାସୁଝା କରି ସ୍କୁଟି ପାଖକୁ ଚାଲି ଆସିଥିଲେ। କିନ୍ତୁ ଅଭିଯୁକ୍ତ ସୁଶୀଲ ହାଇୱାକୁ କାର୍ତ୍ତିକଙ୍କ ଉପରେ ଚଢ଼ାଇ ଦେଇ ଫେରାର୍‌ ହୋଇଯାଇଥିଲା। ଗୁରୁତର କାର୍ତ୍ତିକଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ କାର୍ତ୍ତିକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ସହାୟତାରେ ଘଟଣାର ଅଧିକ ତଦନ୍ତ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?