Posted inଜାତୀୟ

ମାତ୍ର ୫ ଟଙ୍କା ପାଇଁ ଅଣ୍ଡା ଦୋକାନୀଙ୍କ ସହ ଘଟିଲା ଏମିତି କିଛି

ଲକ୍ଷ୍ନୌ,୫।୭: ଉତ୍ତରପ୍ରଦେଶର ବାଲିଆରେ ଜଣେ ଅଣ୍ଡା ବ୍ୟବସାୟୀଙ୍କୁ ମାତ୍ର ପାଞ୍ଚ ଟଙ୍କା ପାଇଁ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କୁ ଗିରଫ କରିଛି। ପରିବାର ସଦସ୍ୟ ଅଭିଯୋଗ ଅନୁଯାୟୀ, ଏହି ଅଞ୍ଚଳର କିଛି ମଦ୍ୟପାନକାରୀ ମଦ କିଣିବା ପାଇଁ ୫ ଟଙ୍କା କମ୍‌ ପଡିବାରୁ ସେ ଅଣ୍ଡା ଦୋକାନୀଙ୍କୁ ଟଙ୍କା ମାଗିଥିଲେ। ସେ ଟଙ୍କା ଦେବାକୁ ମନା କରିଦେଇଥିଲେ। ଏଥିରେ ତାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିଲେ। ପୂର୍ବରୁ ମଦ୍ୟପାନକାରୀଙ୍କ ବିରୋଧରେ ମୃତକଙ୍କ ପରିବାର ପୋଲିସରେ ଅଭିଯୋଗ ଆଣିଥିଲେ। କିନ୍ତୁ ଅପରପକ୍ଷେ ପୋଲିସ ମଦ୍ୟପଙ୍କୁ ପୋଲିସ ଷ୍ଟେସନରେ ରଖି ସେମାନଙ୍କୁ ମାଡ଼ ମାରିଥିଲା। ପରେ ଆପୋଷ ବୁଝାମଣାରେ ଛାଡି ଦେଇଥିଲା। କିନ୍ତୁ ପରଦିନ ମଦ୍ୟପମାନେ ଅଣ୍ଡା ବ୍ୟବସାୟୀଙ୍କୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କରିଥିଲେ। ଏଥିସହ ଏସପି କହିଛନ୍ତି ଯେ, ଦୋଷୀ ପୋଲିସକୁ କୌଣସି ପରିସ୍ଥିତିରେ ମୁକ୍ତ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri