ପରକୀୟା ପ୍ରୀତି ପାଇଁ ହତ୍ୟା

କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ କଟକ କଲେଜ ଛକରେ ଏଭଳି ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଉଛନ୍ତି ଜଗତ୍‌ସିଂହପୁର ଜିଲା ରାହାମା ଅଞ୍ଚଳର ସନାତନ ଦାସ(୪୦)। ଅଭିଯୁକ୍ତ କାଳିଆ ଓରଫ କାଳନ୍ଦୀ ବିଶ୍ୱାଳଙ୍କୁ ପୋଲିସ ଗିରଫ କରିଥିବାବେଳେ ତାଙ୍କ ସ୍ତ୍ରୀଙ୍କୁ ଏସ୍‌ସିବି ହସ୍ପିଟାଲରେ ଭର୍ତ୍ତି କରିଛି।
ପୋଲିସ ସୂଚନା ମୁତାବକ, କାଳିଆ ଓ ତାଙ୍କ ସ୍ତ୍ରୀ ଦିନମଜୁରିଆ ହୋଇଥିବା ବେଳେ ସିଡିଏ-୧୩ ବସ୍ତି ଅଞ୍ଚଳରେ ରହୁଥିଲେ। ଏହି ଦମ୍ପତିଙ୍କ ଏକ ବର୍ଷକର ଝିଅ ଥିଲା। ୧୫ଦିନ ତଳେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବାରୁ ସ୍ତ୍ରୀ ତାଙ୍କ ପ୍ରେମିକ ସନାତନଙ୍କ ନିକଟକୁ ଚାଲିଆସି କଲେଜ ଛକ ଅଞ୍ଚଳରେ ରହୁଥିଲେ। କାଳିଆ ଏହାକୁ ସହ୍ୟ କରିପାରି ନ ଥିଲେ। ସେହିପରି ୫ଦିନ ତଳେ ଝିଅର ସ୍ବାସ୍ଥ୍ୟ ଖରାପ ହେବାରୁ ତା’ର ମୃତ୍ୟୁ ଘଟିଥିଲା। ଏନେଇ କାଳିଆଙ୍କ କ୍ରୋଧ ବଢିଯାଇଥିଲା ଓ ସେ ସ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିଲେ। ଶନିବାର ବିଳମ୍ବିତ ରାତିରେ କଲେଜ ଛକର ଏକ ଦୋକାନ ବାରଣ୍ଡାରେ ସନାତନ ଓ ସମ୍ପୃକ୍ତ ମହିଳା ଶୋଇଥିବାବେଳେ କାଳିଆ ସେମାନଙ୍କୁ ଛୁରିରେ ଆକ୍ରମଣ କରିଥିଲେ। ସନାତନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ତାଙ୍କର ଜୀବନ ଚାଲିଯାଇଥିଲା। ରବିବାର ସକାଳେ କଟକ ଡିସିପି ପ୍ରତୀକ ସିଂ, ଏସିପି ଅମରେନ୍ଦ୍ର ପଣ୍ଡା, ମାଲଗୋଦାମ ଥାନା ଅଧିକାରୀ ତୃପ୍ତିରଞ୍ଜନ ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଥିଲେ। ତଦନ୍ତ ସମୟରେ ମାଲଗୋଦାମ ଥାନା ପୋଲିସ ସୂଚନା ପାଇ ଅଭିଯୁକ୍ତ କାଳିଆଙ୍କୁ ସିଡିଏ ବସ୍ତି ଅଞ୍ଚଳରୁ ଗିରଫ କରିଥିଲା। ପରେ ମାଲଗୋଦାମ ଥାନା ପୋଲିସ ତାଙ୍କୁ ହତ୍ୟାକାଣ୍ଡସ୍ଥଳକୁ ନେଇ ସିନ୍‌ ରିକ୍ରିଏଟ କରାଇଛି। ଅଭିଯୁକ୍ତ ନିଜ ଦୋଷ ସ୍ବୀକାର କରିବା ସହ ସମସ୍ତ କଥା ପୋଲିସ ଆଗରେ ବଖାଣିଛନ୍ତି। ଏନେଇ ଆଇପିସି ଦଫା ୩୦୨, ୩୦୭ ଅନୁଯାୟୀ କେସ୍‌ ନଂ. ୧୩୧/୨୧ ରୁଜୁ କରାଯିବା ସହ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri