ମଦ ବିକ୍ରିକୁ ବିରୋଧ କରିବାରୁ ଯୁବକକୁ ହତ୍ୟା

ଚୌଦ୍ୱାର, ୨ା୯(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ବାଣିପଦା ପଞ୍ଚାୟତ ହରିଜନ ସାହିରେ ମଦକୁ ବିରୋଧ କରିବାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଯୁବକକୁ ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ସାହିର ସରୋଜ ସାମଲ। ଖବର ପାଇଁ ଚୌଦ୍ୱାର ପୋଲିସ ସହିତ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।
ପ୍ରକାଶ ଯେ, ଉକ୍ତ ସାହିରେ ମଦ ବିକ୍ରିକୁ ବିରୋଧ କରି ମହିଳାମାନେ ବହୁବାର ଚୌଦ୍ୱାର ଥାନାରେ ଅଭିଯୋଗ କରିଥିଲେ। ତେବେ ମଙ୍ଗଳବାର ରାତିରେ ମଦ ବିକ୍ରି କରୁଥିବା କିଛି ବ୍ୟକ୍ତିଙ୍କ ନାମରେ ମହିଳାମାନେ ଥାନାରେ ଅଭିଯୋଗ କରି ଫେରିବା ପରେ ସାହିରେ ଗଣ୍ଡଗୋଳ ହୋଇଥିଲା । ମଦ ବିକ୍ରି କରୁଥିବା ଗୋଷ୍ଠୀର କିଛି କ୍ୟକ୍ତି ସରୋଜଙ୍କୁ ଆକ୍ରମଣ କରିବା ସହ ଏକ କଟୁରୀରେ ତାଙ୍କ ମୁଣ୍ଡକୁ ହାଣି ଦେଇଥିଲେ । ଫଳରେ ସରୋଜ ଗୁରୁତର ହୋଇପଡ଼ିଥିଲେ। ଖବର ପାଇ ଚୌଦ୍ୱାର ପୋଲିସ ପହଞ୍ଚି ସରୋଜଙ୍କୁ କଟକ ବଡ ଡାକ୍ତରଖାନାକୁ ପଠାଇଥିଲା। ସେଠାରେ ଡାକ୍ତର ସରୋଜକୁ ମୃତ ଘୋଷଣା କରିଥିଲେ । ସାହି ଭିତରେ ଗୋଷ୍ଠୀ ସଂଘର୍ଷ ଆଶଙ୍କାରେ ଚୌଦ୍ୱାର ଥାନା ପକ୍ଷରୁ ୨ ପ୍ଲାଟୁନ୍‌ ପୋଲିସ ମୁତୟନ କରାଯାଇଛି । ବର୍ତ୍ତମାନ ସାଇନଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri