Posted inଜାତୀୟ

ବଳାତ୍କାରକୁ ନା କରିବାରୁ ହତ୍ୟା

ହଜାରିବାଗ,୨୩ା୧: ଜାନୁୟାରୀ ୭ ତାରିଖର ଘଟଣା। ଝାଡ଼ଖଣ୍ଡର ହଜାରିବାଗରେ ଜଣେ ୨୩ ବର୍ଷୀୟା ମହିଳାଙ୍କୁ ତାଙ୍କ ସମ୍ପର୍କୀୟମାନେ ବଳାତ୍କାର ଉଦ୍ୟମ କରିଥିଲେ। ମହିଳା ଜଣକ ଏହାକୁ ପ୍ରତିରୋଧ କରିବାରୁ ସେମାନେ ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଅଁା ଲଗାଇଦେଇଥିଲେ। ତାଙ୍କ ଶରୀରର ୭୦ ଭାଗ ଜଳିଯାଇଥିଲା। ପୀଡ଼ିତାଙ୍କୁ ରାଞ୍ଚତ୍ର ରାଜେନ୍ଦ୍ର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ରିମ୍ସ)ରେ ଭର୍ତ୍ତି କରାଯାଇଥିଲା। ୧୫ ଦିନ ଧରି ଜୀବନ ସହ ସଂଗ୍ରାମ କରିବା ପରେ ମହିଳା ଜଣକ ରବିବାର ସକାଳେ ଆଖି ବୁଜି ଦେଇଛନ୍ତି। ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଜଣ ହେଲେ ପୀଡ଼ିତାଙ୍କ ସମ୍ପର୍କୀୟ।

ପୋଲିସ ସେମାନଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ କରିଛି। ହେଲେ ଏଯାଏ ଜଣେ ହେଲେ ଅଭିଯୁକ୍ତଙ୍କୁ ଗିରଫ କରିପାରି ନାହିଁ। ତଦନ୍ତ ଜାରି ରହିଛି। ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଧରାଯିବ ବୋଲି ହଜାରିବାଗ ଏସ୍‌ପି ମନୋଜ ରତନ ଚୋଥେ ପ୍ରକାଶ କରିଛନ୍ତି। ଚୋଥେଙ୍କ କହିବା ହେଲା, ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ପୂର୍ବରୁ ୩ ଥର ବିବାହ କରିଥିଲେ। ପୀଡ଼ିତା ହେଉଛନ୍ତି ତାଙ୍କର ଚତୁର୍ଥ ସ୍ତ୍ରୀ। ୪ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ତାଙ୍କ ସମ୍ପର୍କୀୟ। ୩ ଜଣଙ୍କ ମଧ୍ୟରେ ତାଙ୍କ ବଡ଼ଯାଆ ଅଛନ୍ତି। ବଡ଼ଯାଆ ଓ ତାଙ୍କ ପୁଅ ମହିଳାଙ୍କୁ ଜାଳିଦେଉଥିବାବେଳେ ରକ୍ଷା କରିବା ପାଇଁ ସେ ଚିତ୍କାର କରିଥିଲେ। ମହିଳାଙ୍କ ସ୍ବାମୀ ତାଙ୍କୁ ରକ୍ଷା କରିଥିଲେ। ପୀଡ଼ିତା ଓ ତାଙ୍କ ସ୍ବାମୀଙ୍କ କଥାରେ ତାଳମେଳ ନ ଥିବାରୁ ଅଭିଯୁକ୍ତମାନଙ୍କ ବିରୋଧରେ କୌଣସି ପ୍ରମାଣ ମିଳି ନାହିଁ। କୌଣସି ନିଷ୍କର୍ଷରେ ପହଞ୍ଚତ୍ବା ପୂର୍ବରୁ ଫରେନ୍ସିକ୍‌ ସାଇନ୍ସ ଲାବରେଟୋରି ରିପୋର୍ଟକୁ ଅପେକ୍ଷା କରାଯାଇଛି।

ମହିଳା ବିରୋଧୀ ଅପରାଧ ତଥ୍ୟ

ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ତଥ୍ୟାନୁସାରେ ଭାରତରେ ମହିଳାଙ୍କ ସୁରକ୍ଷା ବିପନ୍ନ ହେବାରେ ଲାଗିଛି। ଦେଶରେ ପ୍ରତି ୧୫ ମିନିଟରେ ଜଣେ ମହିଳା ବଳାତ୍କାରର ଶିକାର ହେଉଛନ୍ତି। ଅଧିକାଂଶ କ୍ଷେତ୍ରରେ ଅଭିଯୁକ୍ତ ହେଉଛନ୍ତି ପୀଡ଼ିତାଙ୍କ ସମ୍ପର୍କୀୟ କିମ୍ବା ପରିଚିତ ବ୍ୟକ୍ତି।
ମୋଟ ୬୫,୦୨୫ ବଳାତ୍କାର ମାମଲା ରୁଜୁ ହୋଇଥିଲା। ସେଥିରୁ ୯୬.୮% ମାମଲାରେ ପୀଡ଼ିତା ବଳାତ୍କାରୀଙ୍କୁ ପୂର୍ବରୁ ଜାଣିଥିଲେ।
ମହିଳା ବିରୋଧୀ ହିଂସା ମାମଲା ୨୦୨୦ ତୁଳନାରେ ୨୦୨୧ରେ ୧୫.୩% ଅଧିକ ରହିଥିଲା।
ଏକାଠି କରି ରଖିବା ଲାଗି ମହିଳାମାନେ ହିଂସାକୁ ସହ୍ୟ କରିବା ଉଚିତ ବୋଲି ୬୫% ଭାରତୀୟ ମନେକରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri