୯୦ ଟଙ୍କା ପାଇଁ ହତ୍ୟା: ଦେଢ଼ମାସ ପରେ ଧରାପଡିଲେ ହତ୍ୟାକାରୀ

ସମ୍ବଲପୁର,୨୦ା୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ନିକଟ ଏକ ପୋଖରୀ ହୁଡାରୁ କ୍ଷେତିପଡାର ମହମ୍ମଦ ଅଫ୍‌ତାର (୪୫)ଙ୍କ ମୃତଦେହ ପୋଲିସ ଜବତ କରିଥିଲା। ଦେଢମାସ ପରେ ପୋଲିସ ଏହି ହତ୍ୟା ଘଟଣାର ପର୍ଦ୍ଦଫାଶ କରିଛି। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ପରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ସେମାନେ ହେଲେ ଦିକ୍ଷିତପାଲିର ଅଜୟ ମୁଣ୍ଡା(୨୫), ରାକେଶ ଖମାରୀ(୩୦)। ଏମାନଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। ଏସ୍‌ପି ଅଫିସ ପରିସରରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବାତୁଲା ଗଙ୍ଗାଧର ଏହି ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ଡିସେମ୍ବର ୫ ତାରିଖରେ ଉଭୟ ଅଭିଯୁକ୍ତ ଗେଙ୍ଗୁଟିପାଲରୁ ଘରକୁ ଫେରୁଥିଲେ। ସେ ସମୟରେ ମହମ୍ମଦ ଅଫ୍‌ତାର ମଧ୍ୟ ଫେରୁଥିଲେ। ନିଛାଟିଆ ରାସ୍ତାରେ ଅଭିଯୁକ୍ତମାନେ ଅଫ୍‌ତାରଙ୍କୁ ନିଶା ସେବନ ପାଇଁ ଟଙ୍କା ମାଗିଥିଲେ। ଟଙ୍କା ନ ଦେବାରୁ ମାର୍‌ପିଟ କରି ପ୍ୟାଣ୍ଟ ପକେଟରେ ଥିବା ୯୦ ଟଙ୍କା ଲୁଟି ନେଇଥିଲେ। ଅଫ୍‌ତାର ପାଟି କରିବାକୁ ଅଭିଯୁକ୍ତ ଦ୍ୱୟ ଏକ ଇଟାରେ ମୁଣ୍ଡକୁ ଆକ୍ରମଣ କରି ପୋଖରୀ ହୁଡାରେ ଫିଙ୍ଗ ଚାଲିଯାଇଥିଲେ। ଫଳରେ ଘଟଣାସ୍ଥଳରେ ଅଫ୍‌ତାରଙ୍କ ମୃତ୍ୟୁ ଘଟିଥିଲା। ଡିସେମ୍ବର ୬ ତାରିଖରେ ସ୍ଥାନୀୟ ଲୋକେ ମୃତଦେହ ପଡିଥିବା ନେଇ ପୋଲିସକୁ ସୂଚନା ଦେଇଥିଲେ। ସଦର ଏସ୍‌ଡିପିଓ ତପନ କୁମାର ମହାନ୍ତି, ଧନୁପାଲି ଥାନା ଅଧିକାରୀ ପ୍ରଶାନ୍ତ ସାମଲ ସାଇଣ୍ଟିଫିକ ଟିମ୍‌ ସହ ପହଞ୍ଚତ୍ ତଦନ୍ତ କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ମୁତାବକ ଧନୁପାଲି ଥାନା ପୋଲିସ ଏକ ହତ୍ୟା ମାମଲା(ନଂ.୪୯୨/୨୦) ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri