ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ

ହିନ୍ଦୋଳ,୨୧।୬: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରାଶୋଳ ଥାନା ଅନ୍ତର୍ଗତ ଦଣ୍ଡିରୀ ତଳବହାଙ୍ଗିଆ ସାହିରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।
ପ୍ରକାଶ ଯେ, ଗ୍ରାମର ଦୁଇ ପରିବାର କୁମ୍ଭ ବେହେରା ଓ ବିରଞ୍ଚି ବେହେରାଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା । ପରେ ବିରଞ୍ଚି ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ କୁମ୍ଭଙ୍କୁ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ କୁମ୍ଭଙ୍କର ମୃତ୍ୟୁ ହୋଇଯାଇଛି । ପରେ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।