ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ: ଘର ବି ପୋଡ଼ିଦେଲେ ଦୁର୍ବୃତ୍ତ

ବଣାଇ,୧୮।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ପଟାମୁଣ୍ଡ ଗାଁରେ ରବିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ପୂର୍ବ ଶତ୍ରୁତା ହତ୍ୟାକାଣ୍ଡର କାରଣ ବୋଲି ଜଣାପଡ଼ିଥିବା ବେଳେ ପୋଲିସ ଅଭିଯୁକ୍ତ ହତ୍ୟାକାରୀକୁ ଅଟକ ରଖି ପଚରାଉଚରା ଚଳାଇଛି। ପଟାମୁଣ୍ଡ ଗ୍ରାମର ଟାଙ୍ଗୁରୁ ଗିରି ଏବଂ କାଳିଆ ଦେହୁରୀଙ୍କ ମଧ୍ୟରେ ବହୁଦିନ ହେବ ଶତ୍ରୁତା ଲାଗି ରହିଥିଲା l ଗତକାଲି ପୁଣି ଦୁହିଁଙ୍କ ମଧ୍ୟରେ ବଚସା ପରିଶେଷରେ ହତ୍ୟାକାଣ୍ଡର ରୂପ ନେଇଛି l ଟାଙ୍ଗୁରୁ ଏତେ ଉତ୍ତ୍ୟକ୍ତ ଥିଲେ ଯେ, ଗୋଡ଼େଇ ଗୋଡ଼େଇ କାଳିଆଙ୍କୁ ତାଙ୍କ ଘର ସମ୍ମୁଖରେ ଥିବା ଆଳୁ ବଗିଚାରେ ହତ୍ୟା କରିବା ପରେ ଘରେ ନିଆଁ ଲଗାଇ ଦେଇଥିଲେ l ନିଆଁ ଲାଗି କାଳିଆଙ୍କ ଘର କ୍ଷତିଗ୍ରସ୍ତ ହୋଇଛି, ଘରେ ଥିବା କାଳିଆଙ୍କ ସ୍ତ୍ରୀ ଓ ପିଲାମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି l ଖବର ପାଇ ମହୁଲପଦା ପୋଲିସ ରାତିରେ ଅଭିଯୁକ୍ତଙ୍କୁ ଉଠାଇ ଆଣି ଥାନାରେ ଅଟକ ରହିଥିବା ଜଣାପଡ଼ିଛି l ଏବେ ତଦନ୍ତ ପରେ ମୃତଦେହ ଜବତ କରାଯାଇ ବ୍ୟବଚ୍ଛେଦ ନିମନ୍ତେ ପଠାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri