ଯୁବକଙ୍କୁ ଛୁରାମାଡ଼ କରି ଲୁଟ୍‌

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜଧାନୀରେ ଏବେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। କେତେବେଳେ ସୁନାଦୋକାନୀଙ୍କୁ ଗୁଳିମାଡ଼ କରି ଲୁଟୁଛନ୍ତି ତ ଆଉ କେତେବେଳେ ରାସ୍ତାରେ ଯାଉଥିବା ଯାତ୍ରୀଙ୍କୁ ଛୁରାମାଡ଼ କରି ଟଙ୍କା ଓ ମୋବାଇଲ ଫୋନ୍‌ ଛଡ଼ାଇ ନେଉଛନ୍ତି। ମଙ୍ଗଳବାର ଭୋରୁ ନୟାପଲ୍ଲୀ ଥାନା ଅଧୀନ ସିଆର୍‌ପି ଛକରେ ଜଣେ ଯୁବକ ଲୁଟ୍‌ ଓ ଆକ୍ରମଣର ଶିକାର ହୋଇଛନ୍ତି। ସେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଲଗୁଣ୍ଠା ଅଞ୍ଚଳର ଦୀପକ ରାଉଳ। ଦୁର୍ବୃତ୍ତମାନେ ଦୀପକଙ୍କୁ ଛୁରାରେ ଆକ୍ରମଣ କରିବା ସହ ମୋବାଇଲ୍‌ ଫୋନ୍‌ ଓ ୫୦୦ ଟଙ୍କା ଲୁଟିନେଇ ଫେରାର ହୋଇଯାଇଛନ୍ତି। ଛୁରାମାଡ଼ ଯୋଗୁ ଦୀପକଙ୍କ ପେଟରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ରାସ୍ତାରେ ଅଚେତ ଅବସ୍ଥାରେ ସେ ପଡ଼ିଥିବାବେଳେ ସ୍ଥାନୀୟ ଲୋକଙ୍କଠୁ ପୋଲିସ ଖବର ପାଇ ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନେଇଥିଲା। ହେଲେ ସେଠାରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ପରେ ତାଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୀପକଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ଥିବା ପୋଲିସ କହିଛି। ଏନେଇ ପୋଲିସ ଏକ ମାମଲା (ନଂ. ୩୦୧/୨୦୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ଦୁର୍ବୃତ୍ତଙ୍କୁ ଧରିବାକୁ ଘଟଣାସ୍ଥଳରେ ଲାଗିଥିବା ଏକାଧିକ ସିସିଟିଭି ଫୁଟେଜ ଯାଞ୍ଚ ସହ ସ୍ଥାନୀୟ ଲୋକଙ୍କୁ ପୋଲିସ ପଚରାଉଚରା କରୁଛି। ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇ ଖୁବଶୀଘ୍ର ଗିରଫ କରାଯିବ ବୋଲି ନୟାପଲ୍ଲୀ ଥାନା ଅଧିକାରୀ ବିଶ୍ୱରଞ୍ଜନ ସାହୁ କହିଛନ୍ତି।
ସୂଚନା ଅନୁଯାୟୀ, ଦୀପକ ଚାକିରି ଖୋଜିବା ଆଶାରେ ସୋମବାର ଭଞ୍ଜନଗରରୁ ଏକ ବସ୍‌ରେ ଭୁବନେଶ୍ୱର ଆସିଥିଲେ। ମଙ୍ଗଳବାର ଭୋର୍‌ ପ୍ରାୟ ୪ଟାରେ ସିଆର୍‌ପି ଛକରେ ସେ ବସ୍‌ରୁ ଓହ୍ଲାଇଥିଲେ। ଏହାପରେ ନୟାପଲ୍ଲୀ ଅଞ୍ଚଳ ସାଲିଆ ସାହିସ୍ଥିତ ତାଙ୍କ ଭାଇଙ୍କ ପାଖକୁ ଯିବା ପାଇଁ ଅଟୋକୁ ଅପେକ୍ଷା କରିଥିଲେ। ଏହି ସମୟରେ ଗୋଟିଏ ବାଇକରେ ୩ଜଣ ଦୁର୍ବୃତ୍ତ ସେଠାକୁ ଆସିଥିଲେ। ସେମାନେ ଦୀପକଙ୍କୁ ମୋବାଇଲ ଫୋନ୍‌ ଓ ଟଙ୍କା ମାଗିଥିଲେ। ସେ ନ ଦେବାରୁ ସେମାନେ ଛୁରାମାଡ଼ କରି ପର୍ସ ଓ ମୋବାଇଲ ଛଡ଼ାଇ ନେଇ ପଳାଇଯାଇଥିଲେ। ଆକ୍ରମଣ ପରେ ଦୀପକ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। କିଛି ସମୟ ପରେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri