କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)।

ସୂଚନାନୁଯାୟୀ, କଳମ୍ବ ଗ୍ରାମରେ ଚଳିତ ମାସ ୬ ରୁ ୧୦ତାରିଖ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟସହ ନାମଯଜ୍ଞ,ଅର୍ଣ୍ଣ ଯଜ୍ଞ ଓ ଜ୍ଞାନ ଯଜ୍ଞ ଚାଲିଥିଲା। ଉକ୍ତ ଯଜ୍ଞ ସମୟରେ କିଛି ଯୁବକ ପେଁ କାଳି ବଜାଇ ବିକଟାଳ ଶବ୍ଦ କରି ବୁଲୁଥିଲେ। ଏହାକୁ ନେଇ ବିକାଶ ଓରଫ କାଉ ଏହ ଶବ୍ଦ ନ କରିବା ପାଇଁ କହିଥିଲେ। ଏହି ଘଟଣାକୁ ନେଇ ଗ୍ରାମରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ପରେ ଘଟଣାକୁ ନେଇ ପରିସ୍ଥିତି ସାମାନ୍ୟ ହୋଇଥିଲା। କିନ୍ତୁ ଉଭୟଙ୍କ ମନ ମଧ୍ୟରେ ମନୋମାଳିନ୍ୟ ଲାଗି ରହିଥିଲା। ଶନିବାର ରାତ୍ରରେ କଳମ୍ବ ଗ୍ରାମରେ ଜ୍ଞାନ ଯଜ୍ଞ ଚାଲିଥିବା ସମୟରେ ବିକାଶଙ୍କ ବିପକ୍ଷ ଗୋଷ୍ଠୀର ଯୁବକମାନେ ତାଙ୍କ ଘର ନିକଟକୁ ଯାଇ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଫେରିବା ସମୟରେ ବିକାଶକୁ ସ୍କୁଲ ସାହିର ବିଦ୍ୟାଳୟ ସମ୍ମୁଖରେ ହିଁ କିଛି ଯୁବକ ସଂଙ୍ଘବଧ ହୋଇ ଏକ ଧାରୁଆ ଅସ୍ତ୍ର ରେ ବିକାଶର ଗଳା କାଟି ହତ୍ୟା କରିଥିଲେ। ଘଟଣା ପରେ ପରେ ପରିବାର ପକ୍ଷରୁ ପୋଲସରା ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ରକ୍ତ ଜୁଡୁବୁଡୁ ଶବକୁ ଜବତ କରିବା ସହିତ ତଦନ୍ତ ଜାରି ରଖିଛି । ଅଭିଯୋଗକାରୀଙ୍କ ଏତଲାନୁଯାୟୀ କେସ ନଂ(୧୯୨/୨୨) ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି। ଘଟଣା ସ୍ଥଳରେ ପୋଲସରା ପୋଲିସ ମୁତୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri