କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)।

ସୂଚନାନୁଯାୟୀ, କଳମ୍ବ ଗ୍ରାମରେ ଚଳିତ ମାସ ୬ ରୁ ୧୦ତାରିଖ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟସହ ନାମଯଜ୍ଞ,ଅର୍ଣ୍ଣ ଯଜ୍ଞ ଓ ଜ୍ଞାନ ଯଜ୍ଞ ଚାଲିଥିଲା। ଉକ୍ତ ଯଜ୍ଞ ସମୟରେ କିଛି ଯୁବକ ପେଁ କାଳି ବଜାଇ ବିକଟାଳ ଶବ୍ଦ କରି ବୁଲୁଥିଲେ। ଏହାକୁ ନେଇ ବିକାଶ ଓରଫ କାଉ ଏହ ଶବ୍ଦ ନ କରିବା ପାଇଁ କହିଥିଲେ। ଏହି ଘଟଣାକୁ ନେଇ ଗ୍ରାମରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ପରେ ଘଟଣାକୁ ନେଇ ପରିସ୍ଥିତି ସାମାନ୍ୟ ହୋଇଥିଲା। କିନ୍ତୁ ଉଭୟଙ୍କ ମନ ମଧ୍ୟରେ ମନୋମାଳିନ୍ୟ ଲାଗି ରହିଥିଲା। ଶନିବାର ରାତ୍ରରେ କଳମ୍ବ ଗ୍ରାମରେ ଜ୍ଞାନ ଯଜ୍ଞ ଚାଲିଥିବା ସମୟରେ ବିକାଶଙ୍କ ବିପକ୍ଷ ଗୋଷ୍ଠୀର ଯୁବକମାନେ ତାଙ୍କ ଘର ନିକଟକୁ ଯାଇ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଫେରିବା ସମୟରେ ବିକାଶକୁ ସ୍କୁଲ ସାହିର ବିଦ୍ୟାଳୟ ସମ୍ମୁଖରେ ହିଁ କିଛି ଯୁବକ ସଂଙ୍ଘବଧ ହୋଇ ଏକ ଧାରୁଆ ଅସ୍ତ୍ର ରେ ବିକାଶର ଗଳା କାଟି ହତ୍ୟା କରିଥିଲେ। ଘଟଣା ପରେ ପରେ ପରିବାର ପକ୍ଷରୁ ପୋଲସରା ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ରକ୍ତ ଜୁଡୁବୁଡୁ ଶବକୁ ଜବତ କରିବା ସହିତ ତଦନ୍ତ ଜାରି ରଖିଛି । ଅଭିଯୋଗକାରୀଙ୍କ ଏତଲାନୁଯାୟୀ କେସ ନଂ(୧୯୨/୨୨) ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି। ଘଟଣା ସ୍ଥଳରେ ପୋଲସରା ପୋଲିସ ମୁତୟନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri