ଘରକୁ ବନ୍ଧୁ ଆଣିବାରୁ ହତ୍ୟା ଘଟଣା, ୪ ଗିରଫ

ଜଗନ୍ନାଥପ୍ରସାଦ,୧୪ା୮(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ଥାନା କରଡ଼ାପଲ୍ଲୀ ଗ୍ରାମରେ ବୁଧବାର ରାତିରେ କରୋନା କଟକଣା ବେଳେ ଘରକୁ ବନ୍ଧୁ ଆଣିଥିବାରୁ ପ୍ରମୋଦ ବେହେରାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ ଗ୍ରାମର ପ୍ରକାଶ ବେହେରା, କାହ୍ନା ବେହେରା, ରବୀନ୍ଦ୍ର ଗୌଡ଼ ଓ ବୁଗୁଡ଼ା ଥାନା ମାଣିତରା ଗ୍ରାମର ଗଣେଶ ବିଶ୍ୱାଳ।
କରଡ଼ାପଲ୍ଲୀ ଗ୍ରାମର ପ୍ରମୋଦଙ୍କ ଘରକୁ ତାଙ୍କର କେତେଜଣ ବନ୍ଧୁ ଗତ ବୁଧବାର ସକାଳେ ଭୁବନେଶ୍ୱରରୁ ଆସିଥିଲେ। ମହାମାରୀ ସମୟରେ କାହିଁକି ବାହାର ଜିଲାର ବନ୍ଧୁବାନ୍ଧବଙ୍କୁ ଘରେ ପୂରାଉଛ ବୋଲି ପଡ଼ୋଶୀ ପ୍ରକାଶ ବେହେରା ବିରୋଧ କରିଥିଲେ। ମଧ୍ୟରାତ୍ର ପ୍ରାୟ ୧୨ଟାରେ ପ୍ରକାଶ ସହଯୋଗୀ କାହ୍ନା, ରବୀନ୍ଦ୍ର ଓ ଗଣେଶଙ୍କ ସହ ଆସି ପ୍ରମୋଦଙ୍କ ଘର ସାମ୍ନାରେ ଗାଳିଗୁଲଜ କରିଥିଲେ। ସେ ବାହାରକୁ ଆସିବାରୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିଲେ। ଅନ୍ୟ ୨ଜଣ ପଡୋଶୀ ମଧ୍ୟ ତାଙ୍କୁ ଉଦ୍ଧାର କରିବାକୁ ଆସି ଆହତ ହୋଇଥିଲେ। ଏନେଇ ଥାନାରେ ନଂ.୧୭୮/୨୦ରେ ମାମଲା ରୁଜୁ କରାଯାଇଥିଲା। ଶୁକ୍ରବାର ଥାନାଧିକାରୀ ଭାଗିରଥି ନାୟକ ବୁଗୁଡ଼ା ଥାନା ମାଣିତରାସ୍ଥିତ ଏକ ଆଶ୍ରମରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?