ଭୁଜାଲି ଆକ୍ରମଣରେ ଭିଣୋଇ ମୃତ, ଶାଳକ ଗୁରୁତର

ଆଳି,୧୬।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ସହିରା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି ା ମୃତକଙ୍କ ଶାଳକ ବି ଭୁଜାଲି ମାଡ଼ରେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ା ଏହି ଘଟଣାକୁ ନେଇ ସହିରା ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ଅମିତ ପାତ୍ର ା ଆହତ ଶାଳକ ହେଲେ ସଞ୍ଜୟ ଜେନା ା ପୋଲିସ ଉକ୍ତ ଘଟଣାର ତନାଘନା ଆରମ୍ଭ କରିଛି ା
ମୃତ ଅମିତଙ୍କ ଦାଦା ମନୋରଞ୍ଜନ ପାତ୍ର ଆଳି ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଶୁକ୍ରବାର ରାତିରେ ଦହିଅଣ୍ଟା ଗ୍ରାମରେ ଭାଗବତ ପାରାୟଣ ସପ୍ତାହ ଅନୁଷ୍ଠିତ ହେଉଥିଲା। ସେଠାକୁ ଭୋଜି ଖାଇବାକୁ ଅମିତ ଓ ତାଙ୍କ ଶାଳକ ସଞ୍ଜୟ ଯାଇଥିଲେ l ରାତି ପ୍ରାୟ ୧୧.୩୦ ସମୟରେ ସେମାନେ ଘରକୁ ଫେରୁଥିବା ବେଳେ ଦହିଅଣ୍ଟା ଛକରେ ଅମିତଙ୍କ ସହିତ ରଶ୍ମିରଞ୍ଜନ ରାଉଳଙ୍କ ବଚସା ହୋଇଥିଲା ା ଧୀରେ ଧୀରେ ତାହା ଉଗ୍ରରୂପ ଧାରଣ କରିଥିଲା ା ଏଥିରେ ଉତ୍ତେଜିତ ହୋଇ ରଶ୍ମିରଞ୍ଜନ ଅମିତଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଅମିତଙ୍କୁ ରକ୍ଷା କରିବାକୁ ଯାଇ ସଞ୍ଜୟ ବି ଭୁଜାଲି ମାଡ଼ରେ ଗୁରୁତର ହୋଇଛନ୍ତି। ଖବର ପାଇ ପରିବାର ଲୋକେ ଅମିତ ଓ ସଞ୍ଜୟଙ୍କୁ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରିଥିଲେ ା ହେଲେ ଡାକ୍ତର ଅମିତଙ୍କୁ ମୃତ ଘୋଷଣା କରିଥିଲେ ା ସଞ୍ଜୟଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି l ମନୋରଞ୍ଜନ ତାଙ୍କ ପୁତୁରା ହତ୍ୟା ଘଟଣାରେ ରଶ୍ମିରଞ୍ଜନ ରାଉଳ, ମନୋରଞ୍ଜନ ରାଉଳ ଓ ଦେବାଶିଷ ଦାଶଙ୍କ ନାମରେ ଥାନାରେ ଏତଲା ଦେଇଛନ୍ତି l ଏଥିସହିତ ସେ ଏତଲାରେ ଦର୍ଶାଇଛନ୍ତି, ରଶ୍ମିରଞ୍ଜନ ବର୍ଷେ ହେବ ନିଜ ପାଖରେ ମାରଣସ୍ତ୍ର ରଖି ବିଭିନ୍ନ ଲୋକଙ୍କୁ ଧମକଚମକ ଦେଇ ଆସୁଥିଲେ ା ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୩୬୮/୨୩) ରୁଜୁ ହୋଇଛି। ପୋଲିସ ତଦନ୍ତ ଜାରି ରଖିଛି। ପୋଲିସ ଜଣଙ୍କୁ ଅଟକ ରଖି ପଚରଉଚରା ଜାରି ରଖିଥିବା ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସାରାଣୀ ବେହୁରା ସୂଚନା ଦେଇଛନ୍ତି। ଏହି ହତ୍ୟାକାଣ୍ଡ ପଛରେ ରାଜନୈତିକ ଶତ୍ରୁତା ଥିବା ଆଲୋଚନା ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri