ଭୁଜାଲି ଆକ୍ରମଣରେ ଭିଣୋଇ ମୃତ, ଶାଳକ ଗୁରୁତର

ଆଳି,୧୬।୪(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ସହିରା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶୁକ୍ରବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି ା ମୃତକଙ୍କ ଶାଳକ ବି ଭୁଜାଲି ମାଡ଼ରେ ଗୁରୁତର ହୋଇଛନ୍ତି। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ା ଏହି ଘଟଣାକୁ ନେଇ ସହିରା ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ ଅମିତ ପାତ୍ର ା ଆହତ ଶାଳକ ହେଲେ ସଞ୍ଜୟ ଜେନା ା ପୋଲିସ ଉକ୍ତ ଘଟଣାର ତନାଘନା ଆରମ୍ଭ କରିଛି ା
ମୃତ ଅମିତଙ୍କ ଦାଦା ମନୋରଞ୍ଜନ ପାତ୍ର ଆଳି ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଶୁକ୍ରବାର ରାତିରେ ଦହିଅଣ୍ଟା ଗ୍ରାମରେ ଭାଗବତ ପାରାୟଣ ସପ୍ତାହ ଅନୁଷ୍ଠିତ ହେଉଥିଲା। ସେଠାକୁ ଭୋଜି ଖାଇବାକୁ ଅମିତ ଓ ତାଙ୍କ ଶାଳକ ସଞ୍ଜୟ ଯାଇଥିଲେ l ରାତି ପ୍ରାୟ ୧୧.୩୦ ସମୟରେ ସେମାନେ ଘରକୁ ଫେରୁଥିବା ବେଳେ ଦହିଅଣ୍ଟା ଛକରେ ଅମିତଙ୍କ ସହିତ ରଶ୍ମିରଞ୍ଜନ ରାଉଳଙ୍କ ବଚସା ହୋଇଥିଲା ା ଧୀରେ ଧୀରେ ତାହା ଉଗ୍ରରୂପ ଧାରଣ କରିଥିଲା ା ଏଥିରେ ଉତ୍ତେଜିତ ହୋଇ ରଶ୍ମିରଞ୍ଜନ ଅମିତଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ। ଅମିତଙ୍କୁ ରକ୍ଷା କରିବାକୁ ଯାଇ ସଞ୍ଜୟ ବି ଭୁଜାଲି ମାଡ଼ରେ ଗୁରୁତର ହୋଇଛନ୍ତି। ଖବର ପାଇ ପରିବାର ଲୋକେ ଅମିତ ଓ ସଞ୍ଜୟଙ୍କୁ ପଟ୍ଟାମୁଣ୍ଡାଇ ମେଡିକାଲରେ ଭର୍ତ୍ତି କରିଥିଲେ ା ହେଲେ ଡାକ୍ତର ଅମିତଙ୍କୁ ମୃତ ଘୋଷଣା କରିଥିଲେ ା ସଞ୍ଜୟଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି l ମନୋରଞ୍ଜନ ତାଙ୍କ ପୁତୁରା ହତ୍ୟା ଘଟଣାରେ ରଶ୍ମିରଞ୍ଜନ ରାଉଳ, ମନୋରଞ୍ଜନ ରାଉଳ ଓ ଦେବାଶିଷ ଦାଶଙ୍କ ନାମରେ ଥାନାରେ ଏତଲା ଦେଇଛନ୍ତି l ଏଥିସହିତ ସେ ଏତଲାରେ ଦର୍ଶାଇଛନ୍ତି, ରଶ୍ମିରଞ୍ଜନ ବର୍ଷେ ହେବ ନିଜ ପାଖରେ ମାରଣସ୍ତ୍ର ରଖି ବିଭିନ୍ନ ଲୋକଙ୍କୁ ଧମକଚମକ ଦେଇ ଆସୁଥିଲେ ା ଏ ସଂକ୍ରାନ୍ତରେ ଏକ ମାମଲା(ନଂ.୩୬୮/୨୩) ରୁଜୁ ହୋଇଛି। ପୋଲିସ ତଦନ୍ତ ଜାରି ରଖିଛି। ପୋଲିସ ଜଣଙ୍କୁ ଅଟକ ରଖି ପଚରଉଚରା ଜାରି ରଖିଥିବା ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସାରାଣୀ ବେହୁରା ସୂଚନା ଦେଇଛନ୍ତି। ଏହି ହତ୍ୟାକାଣ୍ଡ ପଛରେ ରାଜନୈତିକ ଶତ୍ରୁତା ଥିବା ଆଲୋଚନା ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri