‘ଝିଅ ସହ ଦେଖି ସହିପାରିଲିନି, ରଡ୍‌ ଭୁସି ମାରିଦେଲି’

ଉଦଳା, ୪।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ଗ୍ରାମର ଛାତ୍ର ଶୁଭାଶିଷ ବାରିକଙ୍କ ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଶୁଭାଶିଷଙ୍କ ଗୁପ୍ତାଙ୍ଗ ତଳେ ରଡ୍‌ ଭୁସି ହତ୍ୟା କରାଯାଇଛି। ତାଙ୍କ ପ୍ରେମିକାଙ୍କ ବାପା ହିଁ ହତ୍ୟାକାରୀ ବୋଲି ପୋଲିସ ସ୍ପଷ୍ଟ କରିଛି। ଶୁଭାଶିଷ ଓ ଝିଅକୁ ଅସଂଯତ ଅବସ୍ଥାରେ ଦେଖି ସହି ପାରିଲିନି, ରଡ୍‌ ଭୁସି ମାରିଦେଲି ବୋଲି ଅଭିଯୁକ୍ତ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ଏନେଇ ଉଦଳା ଥାନାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କପ୍ତିପଦା ଏସ୍‌ଡିପିଓ ସାର୍ଥକ ରାଏ ଓ ଆଇଆଇସି ନିରୋଜ କୁମାର ସାମଲ ସୂଚନା ଦେଇଛନ୍ତି।
ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ଝିଅ ସହ ଶୁଭାଶିଷଙ୍କର ପୂର୍ବରୁ ପ୍ରେମ ସମ୍ପର୍କ ଥିଲା। ଏହାକୁ ନେଇ ଝିଅ ଘର ପକ୍ଷରୁ ଅନେକ ବାର ଶୁଭାଶିଷଙ୍କୁ ତାଗିଦ୍‌ କରାଯାଇଥିଲା। ହେଲେ ଗତ ୩୦ତାରିଖ ରାତିରେ ଝିଅ ସହ ଶୁଭାଶିଷଙ୍କୁ ହଠାତ୍‌ ଦେଖି ଅଭିଯୁକ୍ତ ହିତାହିତ ଜ୍ଞାନ ଭୁଲିଯାଇଥିଲେ। ପୂର୍ବରୁ ଶୁଭାଶିଷଙ୍କ ଉପରେ ଥିବା ରାଗ ତାଙ୍କୁ ହିଂସ୍ର କରିଦେଇଥିଲା। ସେ ତାଙ୍କୁ ମାରିବାକୁ ଉଦ୍ୟମ କରି ଗୋଡ଼ାଇଥିଲେ। ଶେଷରେ ତାଙ୍କ ଗୁପ୍ତାଙ୍ଗ ତଳେ ଏକ ରଡ୍‌ ଭୁସି ଦେଇଥିଲେ। ଶୁଭାଶିଷ ଜୀବନ ବିକଳରେ ଘର ପଛପଟ ଦେଇ ପଳାଇ ଯାଉଥିବା ବେଳେ ବିଲ ମଝିରେ ପଡ଼ିଯାଇଥିଲେ। ସେଠାରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ହତ୍ୟାକାଣ୍ଡରେ ବ୍ୟବହୃତ ରଡ୍‌କୁ ଅଭିଯୁକ୍ତ ନିଜ ଘରେ ଲୁଚାଇ ରବିବାର ସକାଳୁ ଶରତ ଅଞ୍ଚଳକୁ ଚାଲିଯାଇଥିଲେ। ଅନ୍ୟପଟେ ପୋଲିସ ଝିଅ, ତାଙ୍କ ମା’ ଓ ୪ ଜଣ ସମ୍ପର୍କୀୟଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ପରେ ମୁଖ୍ୟ ଅଭିଯୁକ୍ତ ଝିଅର ବାପାଙ୍କୁ ପୋଲିସ ଶରତ ଅଞ୍ଚଳରୁ ଗିରଫ କରିଛି। ପୋଲିସ୍‌ ପୂରା ଘଟଣାର ଖିଅ ଖୋଜି ବାହାର କରିଥିବା ବେଳେ ହତ୍ୟାକାଣ୍ଡରେ ବ୍ୟବହୃତ ରଡ୍‌କୁ ଜବତ କରିଛି ା ହତ୍ୟା ସମୟରେ ଅଭିଯୁକ୍ତ ପିନ୍ଧିଥିବା କପଡ଼ାକୁ ମଧ୍ୟ ପୋଲିସ ଜବତ କରିଛି। ଏନେଇ ମାମଲା (ନଂ.୧୩୫/୨୨) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri