ସାନଭାଇଙ୍କ ଠେଙ୍ଗା ମାଡ଼ରେ ବଡ ମୃତ

ନୂଆପଡ଼ା,୧୦ା୫ (ମକାରୁ ବେମାଲ): ନୂଆପଡ଼ା ସଦର ଥାନା ଟାନୱାଟ ଗାଁରେ ଶନିବାର ସାନ ଭାଇଙ୍କ ଠେଙ୍ଗାମାଡରେ ବଡଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁନିଚନ ବିଶ୍ୱାଳ (୪୮)। ଏ ନେଇ ମୃତକଙ୍କ ପତ୍ନୀ କମଲି ବିଶ୍ୱାଳ ନୂଆପଡା ସଦର ଥାନାରେ ସାନଭାଇ ନିମିଚନ ବିଶ୍ୱାଳ (୩୫)ଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି। ସୂଚନା ମୁତାବକ ଟାନୱାଟ ଗାଁର ବଡବନ୍ଧ (ପୋଖରୀ)ର ପଙ୍କ ଉଦ୍ଧାର କାର୍ଯ୍ୟ ଚାଲିଛି । ପୋଖରୀରୁ ବାହାରୁଥିବା ପଙ୍କକୁ ଟ୍ରାକ୍ଟର ସାହାଯ୍ୟରେ ଅନ୍ୟତ୍ର ଫିଙ୍ଗା ଯାଉଛି। ପୁନିଚନ ଟ୍ରାକ୍ଟରରେ ପଙ୍କ ଲୋଡ କରି ଗାଁ ଭିତରେ ନେଉଥିଲେ। ସେହି ସମୟରେ ନିମିଚନଙ୍କ ଘର ଛାତରେ ଟ୍ରାକ୍ଟର ଲାଗି ଯାଇ କେତୋଟି ମାଟି ଖପର ତଳେ ପଡି ଯାଇଥିଲା। ସେଥିରେ ନିମିଚନ ଉତ୍ତ୍ୟକ୍ତ ହୋଇ ଏକ ଠେଙ୍ଗା ସାହାଯ୍ୟରେ ବଡଭାଇଙ୍କୁ ମାଡ ମାରିବା ସହ ଗାମୁଛା ବେକରେ ଗୁଡାଇ ଘୋଷାରି ନେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ସଦର ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଦଳ ଛାନଭିନ କରୁଛନ୍ତି। ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ଘରର ମୁଖିଆ ଚାଲିଯିବା ପରେ ତାଙ୍କ ୨ ଝିଅ,୨ ପୁଅ ଓ ସ୍ତ୍ରୀ କମଲି ଦୁଃଖରେ ଭାଙ୍ଗିପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri