ରାତିରେ ଘରକୁ ଫେରି ନଥିଲେ ସ୍ବାମୀ: ସକାଳୁ ଦେଖିଲେ ପଥରରେ ଛେଚି ର୍ନିମମ ହତ୍ୟା

ପରଜଙ୍ଗ,୧୨।୧୦(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗଙ୍ଗାଧରପୁର ସାହିର ରାସ୍ତା କଡ଼ରେ ଥିବା ଡାକସାହୁଙ୍କ ଘର ପାଚେରି ନିକଟରେ ଯୁବକଙ୍କୁ ପଥରରେ ଛେଚି ନିର୍ମମ ହତ୍ୟା କରାଯାଇଛି। ହତ୍ୟା କାଣ୍ଡରେ ଏକାଧିକ ସମ୍ପୃକ୍ତ ଥିବା ପୋଲିସ ସନ୍ଦେହ କରୁଛି । ମୃତ ଯୁବକ ଜଣଙ୍କ ଆମ୍ବପଳାସ ଗ୍ରାମ ଗଙ୍ଗାଧରପୁର ସାହିର କାବୁନା ନାଏକ (୪୫) ବର୍ଷ । କାବୁନା ଶନିବାର ରାତି ୯ଟାରେ ଘରୁ ବାହାରକୁ ଯାଇ ଆଉ ଫେର ନ ଥିଲେ। ତେବେ ରବିବାର ସକାଳୁ ତାଙ୍କ ଘର ଠାରୁ ଅଳ୍ପଦୂରରେ ମୃତ ଦେହ ପଡ଼ିଥିବା ନେଇ ସ୍ଥାନୀୟ ଲୋକମାନେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ତେବେ ତାଙ୍କୁ ପ୍ରଥମେ ବାଡ଼ିରେ ପିଟିବା ସହିତ ମୁଣ୍ଡକୁ ଏକ ବଡ଼ ପଥରରେ ଛେଚି ହତ୍ୟା କରାଯାଇଥିବା ପାରିପାର୍ର୍ଶ୍ୱିିକ ସ୍ଥିତିରୁ ଜଣାିପଡିଛି। ମାତ୍ର ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସେପଟେ କିଏ ଏବଂ କାହିଁକି କାବୁନାକୁ ଏପରି ନିର୍ମମ ଭାବେ ହତ୍ୟା କରିଛି ତାହା ଜଣାପଡିନାହିଁ। ଘଟଣାସ୍ଥଳରେ ପରଜଙ୍ଗ ଥାନାଧିକାରୀ ଧିରେନ କୁମାର ବେହେରା, ଏସ୍‌ଆଇ ଦେବଗ୍ରାହି ମହାନ୍ତି, ଏଏସ୍‌ଆସି ଯୁଗଳ ପ୍ରଧାନ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତ କାବୁନାଙ୍କ ସ୍ତ୍ରୀ ତାଙ୍କ ସ୍ବାମୀଙ୍କଚ କେହି ହତ୍ୟା କରିଥିବା ପରଜଙ୍ଗ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri