ପୁରୀରେ ସେବାୟତଙ୍କୁ ହତ୍ୟା

ପୁରୀ ଅଫିସ, ୧୬।୩ : ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୁରୀ ବାରବାଟୀ ନିକଟରେ ଗୁଳି କରାଯାଇଥିବା ଜଣାପଡିଛି। ଗୁଳି କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ଦୁବୃର୍ତ୍ତ। ତେବେ ଗୁରୁତର ଅବସ୍ଥାରେ କୃଷ୍ଣଚନ୍ଦ୍ରଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ୍ୟୁ ଖବର ଶୁଣି ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛନ୍ତି ଜିଲାପାଳ। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।