ସୁନ୍ଦରଗଡରେ ଚାଞ୍ଚଲ୍ୟ:ଗର୍ଭବତୀଙ୍କୁ ଗୁଳି ମାରିଦେଲେ

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଘଟିଯାଇଛି ଅଭାବନୀୟ ଘଟଣା। ସେଠାରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିବା ଅଭିଯୋଗ ହୋଇଛି। ଘଟଣାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ସଭିଏଁ ଲୁଟ୍‌ ଉଦ୍ଦେଶ୍ୟରେ ବୋଲି ଭାବୁଥିଲେ ହେଁ ଏହା ଅନ୍ୟ ଏକ ଦିଗ ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରୁଛି ।

ଘଟଣା ଅନୁଯାୟୀ, ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲି ଗାଁରେ ଦେବେନ ବେହେରା ଓ ତାଙ୍କ ସ୍ତ୍ରୀ ଶୋଇଥିଲେ। ବିଳମ୍ବିତ ରାତିରେ ଶୌଚ ହେବା ପାଇଁ ଦେବେନଙ୍କ ସ୍ତ୍ରୀ ସୋମ୍ୟାମୟୀ ବାହାରିବା ସମୟରେ କେହି ମୁଖ୍ୟ ଦ୍ୱାରରେ କବାଟ ବାଡେଇବା ଶବ୍ଦ ଶୁଣି କବାଟ ଖୋଲିଥିଲେ । ପରେ ତାଙ୍କ ଚିତ୍କାର ଓ ଗୁଳି ଫୁଟିବା ଶବ୍ଦ ଶୁଣି ଦେବେନ ବାହାରକୁ ଆସିଥିଲେ। ବାହାରକୁ ଆସି ଦେଖିଲାବେଳକୁ ସୋମ୍ୟା ତଳେ ପଡି ଛଟପଟ ହେବା ସହ ପ୍ରବଳ ରକ୍ତସ୍ରାବ ହେଉଛି। ଏହା ଦେଖି ସେ ପାଖ ପଡୋଶୀଙ୍କୁ ଡାକିଥିଲେ। ପରେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଁଞ୍ଚିବା ବେଳକୁ ସୋମ୍ୟାଙ୍କୁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟ ନିଆ ସାରିଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣା ଦେଖି ତାଙ୍କ ସ୍ବାମୀ ଅତ୍ୟନ୍ତ ମର୍ମାହତ ଅଛନ୍ତି। ତେଣୁ ତଦନ୍ତ ପରେ ପ୍ରକୃତ ତଥ୍ୟ ଜଣାପଡିବ ବୋଲି ପୋଲିସ କହିଛି। ମୃତା ମହିଳା ୭ ମାସର ଗର୍ଭବତୀ ଥିଲେ ଓ ଏହା ତାଙ୍କର ପ୍ରଥମ ଗର୍ଭ ଥିଲା । ସୋମ୍ୟାଙ୍କ ବାପଘର ଛେଣ୍ଡିପଦା ଓ ସେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ସମ୍ପର୍କୀୟା ଭଉଣୀ ବୋଲି ଜଣାପଡିଛି। ଘଟଣା କ୍ରମେ ପୋଲିସ ରାଉରକେଲାରୁ ସାଇଣ୍ଟିଫିକ ଟିମ୍‌ର ସହାୟତା ଲୋଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri