ରାଜଧାନୀରେ ମର୍ଡର: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜଧାନୀରେ ମର୍ଡର ହୋଇଛି। ରବିବାର ବିଳମ୍ବିତ ରାତିରେ ଗୋଟିଏ ପରିବାରକୁ ଦୁର୍ବୃତ୍ତମାନେ ଛୁରାରେ ଆକ୍ରମଣ କରିଛନ୍ତି। ଫଳରେ ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏହି ଦମ୍ପତି ପିଏମ୍‌ଜି ଛକ ଫୁଟ୍‌ପାଥରେ ରହୁଥିଲେ। ଆଜି ପିଏମ୍‌ଜି ନିକଟରେ ଥିବା ଏକ ଏଟିଏମ୍‌ ସାମ୍ନାରେ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖାରବେଳନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରୁଛି। ଏହି ଦମ୍ପତିଙ୍କର ଏକମାତ୍ର ସନ୍ତାନକୁ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହାସହିତ ୧.୬୭ ଲକ୍ଷ କୋଟି ଟଙ୍କାର ୧୦ଟି...

ନବୀନଙ୍କ ପରେ ଶପଥ ନେଲେ ୧୧ କ୍ୟାବିନେଟ୍‌, ୯ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ମୁଖ୍ୟମନ୍ତ୍ରୀଭାବେ ଶପଥ ନେଇଛନ୍ତି ନବୀନ। ନବୀନ ଶପଥ ନେବା ପରେ ୨୦ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ...

କଲେଜ ଅଧ୍ୟକ୍ଷ, ଏସ୍‌ଡିପିଓ ନିଲମ୍ବିତ

  ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ମା’ ତାରିଣୀ କଲେଜ ଅଧ୍ୟକ୍ଷ ବିକାଶ ଦାଶ ଓ ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ...

ପିଟିପିଟି ଯୁବକଙ୍କ ଜୀବନ ନେଇଗଲେ

ରାଉରକେଲା ଅଫିସ,୨୧।୧୨: ସୁନ୍ଦରଗଡ଼ ଜିଲା ରାଉରକେଲା ପ୍ଲାଣ୍ଟ ସାଇଡ୍‌ ଥାନା ଅନ୍ତର୍ଗତ ନୟାବଜାର ସେକ୍ଟର ୨୧ ଅଞ୍ଚଳରେ ମଙ୍ଗଳବାର ଦିନ ଦ୍ରିପହରରେ ଜଣେ ଯୁବକଙ୍କୁ ଆକ୍ରମଣ...

ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଶନିବାର ରାଜ୍ୟରେ ୭,୧୮୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ...

ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ

ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍‌କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର...

ଆସନ୍ତା ୨୧ ଓ ୨୨ରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧...

କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ...

Advertisement
Archives

Model This Week