ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ସିନ୍ଧବା ଗ୍ରାମର ଶିବା ଓରଫ ଶିବ ଶଙ୍କର ଗୌଡ଼(୨୨) ଏବଂ ତାଙ୍କ ସମ୍ପର୍କୀୟ ଚିକୁନ୍ ଗୌଡ଼(୨୫) ଙ୍କୁ ତଦନ୍ତକାରୀ ଅଧିକାରୀ କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୧/୨୬ ଦଫା -୧୦୩(୧)/୩(୫) ଭାରତୀୟ ନ୍ୟାୟ ସଂହିତା  ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି।

ସନିଆଙ୍କ ନାବାଳିକା ନାତୁଣୀ(୧୬) ଗତ ମଙ୍ଗଳବାର ରାତିରେ ତାଙ୍କ ଛେଳି ଗୁହାଳରେ କାମ କରୁଥିବା ବେଳେ ଶିବ ସେଠାରେ ପହଞ୍ଚି ତାଙ୍କୁ ଟେକିନେଇ ଗୁହାଳ ଘର ଭିତରେ ଜବରଦସ୍ତ ବଳାତ୍କାର କରିଥିଲେ। ଗୁରୁବାର ସକାଳେ ସନିଆ , ତାଙ୍କ ପୁଅ ବିଚିତ୍ର ଗୌଡ଼ ଏବଂ ତାଙ୍କ ଗ୍ରାମର ଶତ୍ରୁଘ୍ନ ଗୌଡ଼ ଘର ସାମ୍ନାରେ ବଳାତ୍କାର ଘଟଣା ସମ୍ପର୍କରେ କଥା ହେଉଥିବା ବେଳେ ପଡୋଶୀ ଶିବ ସେମାନଙ୍କ କଥା ଶୁଣି ସମ୍ପର୍କୀୟ ଚିକୁନ୍ ସହ ସେଠାରେ ପହଞ୍ଚି ସନିଆଙ୍କ ସହ ପ୍ରବଳ ଯୁକ୍ତିତର୍କ  କରିଥିଲେ। ପ୍ରତିବାଦ କରିବାରୁ ଶିବ ସେଠାରେ ପଡ଼ିଥିବା ଏକ  କାଠଖଣ୍ଡ ସହାୟତାରେ ତାଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ଚିକୁନ୍ ସନିଆଙ୍କୁ ମୁଥ ମାରିବାରୁ ସେ ରକ୍ତାକ୍ତ ଅବସ୍ଥାରେ ତଳେ ଚେତାଶୂନ୍ୟ ହୋଇ ପଡ଼ିଯାଇଥଲେ। ଗୁରୁତର ସନିଆଙ୍କୁ ପରିବାର ଲୋକେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲା। ଏନେଇ ସନିଆଙ୍କ ପୁଅ ବିଚିତ୍ର ଏତଲା ଦେବାପରେ ତଦନ୍ତକାରୀ ଅଧିକାରୀ ତଥା ଆଇଆଇସି ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚି ରକ୍ତଭିଜା ମାଟି, ମୃତ ସନିଆଙ୍କ ଲୁଗା, ଅଭିଯୁକ୍ତ ଦ୍ବୟଙ୍କ ପୋଷାକ ଏବଂ ହତ୍ୟାକାଣ୍ଡରେ ବ୍ୟବହୃତ  କାଠଖଣ୍ଡ ଜବତ କରିଥିଲେ। ପରେ ଅଭିଯୁକ୍ତ ଦ୍ବୟଙ୍କ ଘରେ ଚଢ଼ାଉ କରି ଉଭୟଙ୍କୁ ଧରି ଥାନାକୁ ଉଠାଇ ନେଇଥିଲେ। ପଚରା ଉଚୁରା ପରେ ଉଭୟ ନିଜ ନିଜର ଦୋଷ ସ୍ବୀକାର କରିଥିବା ଆଇଆଇସି କହିଛନ୍ତି।

ଅପରପକ୍ଷରେ ବଳାତ୍କାର ପୀଡ଼ିତା ଶୁକ୍ରବାର ଥାନାରେ ପହଞ୍ଚି ଅଭିଯୁକ୍ତ ଶିବଙ୍କ ବିରୋଧରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୨/୨୬ ଦଫା – ୬୫(୧)/୩(୫) ଭାରତୀୟ ନ୍ୟାୟ ସଂହିତା ଏବଂ ପୋକସ ଆଇନର ଧାରା – ୪ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଛି। ତଦନ୍ତକାରୀ ଅଧିକାରୀ ଚିକିଟି ଫାଣ୍ଡି ଏସ.ଆଇ ଗୌତମ ସାହୁ ପୀଡ଼ିତାଙ୍କ ବୟାନ ରେକର୍ଡ କରିଛନ୍ତି। ଶନିବାର ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତାଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ କରାଯିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri