୪ ଭାଇଙ୍କୁ ଗୋଡାଇ ଗୋଡାଇ କରିଥିଲେ ହତ୍ୟା: ଅଭିଯୁକ୍ତଙ୍କୁ ଏଭଳି ଦଣ୍ଡ ଦେଲେ ବିଚାରପତି, ଜାଣନ୍ତୁ…

ଆନନ୍ଦପୁର,୧୮ା୧୦(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ୪ ଭାଇଙ୍କୁ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଦେବଦତ୍ତ ଦାସ ମହାପାତ୍ର ମାମଲାର ବିଚାର କରି ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ଗାଁର ଧନେଶ୍ୱର ଓଝା ଏବଂ ଦାମୋଦର ଓଝାଙ୍କୁ ଦୋଷୀ ସାବ୍ୟସ୍ତ୍ୟ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ଲକ୍ଷ ଲେଖାଏ ଜରିମାନା ଓ ଅନାଦୟ ଅଧିକ ଆଉ ୨ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି।

ମାମଲାର ବିବରଣୀ ଅନୁଯାୟୀ, ପଞ୍ଚୁ ଗୋଛିଆ ଗଁାରେ ପୂର୍ବ ବିବାଦକୁ ନେଇ ଜଳଧର ଦଳେଇ, ବୁଦ୍ଧିଆ ଦଳେଇ, ସାଧୁଆ ଦଳେଇ ଓ ଉଦ୍ଧବ ଦଳେଇଙ୍କ ସହ ସେହି ଗ୍ରାମର ଧନେଶ୍ୱର ଓଝା ଓ ଦାମୋଦର ଓଝାଙ୍କ ତିକ୍ତତା ଲାଗି ରହିଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜୁଲାଇ ୨୦୦୨ରେ ଜଳଧରଙ୍କ ସମେତ ଅନ୍ୟ ୩ ଭାଇଙ୍କୁ ଦିନ ଦୁଇ ପ୍ରହରରେ ଧନେଶ୍ୱର ଓ ଦାମୋଦର ମାରଣାସ୍ତ୍ରରେ ଗୋଡାଇ ହାଣିଥିଲେ। ପରବର୍ତ୍ତୀ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ୪ ଭାଇଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ଭାଇ ମାଧବାନନ୍ଦ ଦଳେଇଙ୍କ ଅଭିଯୋଗ ଆଧାରରେ ୭ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ପୋଲିସ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା। ଘଟଣାରେ ୨୫ ଜଣ ସାକ୍ଷୀ ଓ ୮୦ ଦସ୍ତାବିଜ୍‌ ଆଧାରରେ ବିଚାରପତି ଉକ୍ତ ରାୟ ଶୁଣାଇଛନ୍ତି।

ଏଥିସହ ଘଟଣାରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କୁ ପ୍ରମାଣ ଅଭାବରୁ ବିଚାରପତି ଦୋଷମୃକ୍ତ କରିଥିବା ମାମଲା ପରିଚାଳନା କରୁଥିବା ଅତିରିକ୍ତ ସରକାରୀ ଓକିଲ ସୌମିତ୍ରୀ କୁମାର ରାଉତ, ସ୍ବତନ୍ତ୍ର ସରକାରୀ ଓକିଲ ବାଇଧର ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri