୪ ଭାଇଙ୍କୁ ଗୋଡାଇ ଗୋଡାଇ କରିଥିଲେ ହତ୍ୟା: ଅଭିଯୁକ୍ତଙ୍କୁ ଏଭଳି ଦଣ୍ଡ ଦେଲେ ବିଚାରପତି, ଜାଣନ୍ତୁ…

ଆନନ୍ଦପୁର,୧୮ା୧୦(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ କୋର୍ଟରେ ୪ ଭାଇଙ୍କୁ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଦେବଦତ୍ତ ଦାସ ମହାପାତ୍ର ମାମଲାର ବିଚାର କରି ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ଗାଁର ଧନେଶ୍ୱର ଓଝା ଏବଂ ଦାମୋଦର ଓଝାଙ୍କୁ ଦୋଷୀ ସାବ୍ୟସ୍ତ୍ୟ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ଲକ୍ଷ ଲେଖାଏ ଜରିମାନା ଓ ଅନାଦୟ ଅଧିକ ଆଉ ୨ ବର୍ଷ ଜେଲଦଣ୍ଡ ଶୁଣାଇଛନ୍ତି।

ମାମଲାର ବିବରଣୀ ଅନୁଯାୟୀ, ପଞ୍ଚୁ ଗୋଛିଆ ଗଁାରେ ପୂର୍ବ ବିବାଦକୁ ନେଇ ଜଳଧର ଦଳେଇ, ବୁଦ୍ଧିଆ ଦଳେଇ, ସାଧୁଆ ଦଳେଇ ଓ ଉଦ୍ଧବ ଦଳେଇଙ୍କ ସହ ସେହି ଗ୍ରାମର ଧନେଶ୍ୱର ଓଝା ଓ ଦାମୋଦର ଓଝାଙ୍କ ତିକ୍ତତା ଲାଗି ରହିଥିଲା।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜୁଲାଇ ୨୦୦୨ରେ ଜଳଧରଙ୍କ ସମେତ ଅନ୍ୟ ୩ ଭାଇଙ୍କୁ ଦିନ ଦୁଇ ପ୍ରହରରେ ଧନେଶ୍ୱର ଓ ଦାମୋଦର ମାରଣାସ୍ତ୍ରରେ ଗୋଡାଇ ହାଣିଥିଲେ। ପରବର୍ତ୍ତୀ ସମୟରେ ଚିକିତ୍ସାଧୀନ ଅବସ୍ଥାରେ ୪ ଭାଇଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ଭାଇ ମାଧବାନନ୍ଦ ଦଳେଇଙ୍କ ଅଭିଯୋଗ ଆଧାରରେ ୭ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ପୋଲିସ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା। ଘଟଣାରେ ୨୫ ଜଣ ସାକ୍ଷୀ ଓ ୮୦ ଦସ୍ତାବିଜ୍‌ ଆଧାରରେ ବିଚାରପତି ଉକ୍ତ ରାୟ ଶୁଣାଇଛନ୍ତି।

ଏଥିସହ ଘଟଣାରେ ଜଣେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କୁ ପ୍ରମାଣ ଅଭାବରୁ ବିଚାରପତି ଦୋଷମୃକ୍ତ କରିଥିବା ମାମଲା ପରିଚାଳନା କରୁଥିବା ଅତିରିକ୍ତ ସରକାରୀ ଓକିଲ ସୌମିତ୍ରୀ କୁମାର ରାଉତ, ସ୍ବତନ୍ତ୍ର ସରକାରୀ ଓକିଲ ବାଇଧର ସେଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri