ବ୍ୟକ୍ତିଙ୍କ ଗଲା କାଟି ହତ୍ୟା : ଅଞ୍ଚଳରେ ଚାଞ୍ଚଲ୍ୟ

ଅତାବିରା/ଗୋଡ଼ଭଗା, ୧୨।୧୦,(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ ସତୀଜୋର ନିକଟ ୫୩ ନମ୍ବର ସମ୍ବଲପୁର – ବରଗଡ଼ ଜାତୀୟ ରାଜପଥ କଡ଼ରେ ଜୈନେକ ବ୍ୟକ୍ତିଙ୍କୁ ଗଲା କାଟି ହତ୍ୟା କରାଯାଇଥିବା ଚାଞ୍ଚଲ୍ୟକର ଖବର ଆସିଛି।
ଗୋଡଭଗା ସତୀଜୋର୍‌ ପାଖରେ ବ୍ୟକ୍ତିଙ୍କ ଗଲା କାଟି ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ। ଘଟଣା ସ୍ଥଲରେ ଅତାବିରା ଓ ଗୋଡଭଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପରିଚୟ
ମିଳିଛି। ମୃତକ ହେଉଛନ୍ତି ବରଗଡ଼ ଜିଲା ବରାହଗୋଡା ଗ୍ରାମାଞ୍ଚଳ ଥାନା ବରାହଗୋଡା ଗୌରାଙ୍ଗ ଟିକ୍ରା ଗ୍ରାମର ୫୫ ବର୍ଷୀୟ ମହାଦେବ ସାହୁ । ଅତାବିରା ଥାନା ସରଣ୍ଡା ଗ୍ରାମର ମହାଦେବଙ୍କ ଶାଳକ ପ୍ରମୋଦ ଗଡ଼ତିଆ ମୃତଦେହକୁ ଚିହ୍ନଟ କରିଥିଲେ। ପରେ ଏ ନେଇ ସେ ଅତାବିରା ଥାନାରେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ଅତାବିରା ଥାନା ପୋଲିସ ସହ ସମ୍ବଲପୁର ସାଇଣ୍ଟିଫିଟ ଟିମ ପହଞ୍ଚି ଘଟଣାର ଛାନଭିନ କରୁଛନ୍ତି। ସନ୍ଧାନୀ କୁକୁର ଆସିବାର କାର୍ଯ୍ୟକ୍ରମ ରହିଛି।

 

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri