ମହିଳାଙ୍କୁ ହତ୍ୟା: ରକ୍ତଭିଜା ଶାର୍ଟ, ସୁନାଗହଣା ଜବତ; ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୯ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଡ଼ଗୋବିନ୍ଦପୁର ଗ୍ରାମ ତଳସାହିର କେଦାର ବେହେରାଙ୍କ ସ୍ତ୍ରୀ ସୁଜାତାଙ୍କୁ ଗତ ସୋମବାର ଅପରାହ୍ନରେ ଘରେ ପଶି ହତ୍ୟା କରାଯାଇଥିଲା। ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଜରଡ଼ା ଥାନା ତଣ୍ଡିପୁର ଗ୍ରାମର ହେମନ୍ତ ବେହେରାଙ୍କୁ ଶନିବାର କେ. ନୂଆଗାଁ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।
କେସ୍‌ ନଂ.୨୮୦/୨୦ ଅନୁଯାୟୀ, ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଘଟଣା ଦିନ ଅପରାହ୍ନରେ ସୁଜାତା ଘରେ ଏକୁଟିଆ ଥିବା ବେଳେ ତାଙ୍କୁ ନିସ୍ତୁକ ମାଡ଼ ମାରି ହତ୍ୟା କରିବା ପରେ ତାଙ୍କ ବେକରୁ ସୁନାଗହଣା ଲୁଟି ନେଇଥିଲେ ଦୁର୍ବୃତ୍ତ। ସୁଜାତାଙ୍କ ଦେଡ଼ଶୁର ପବିତ୍ର ବେହେରା ଏନେଇ କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଥାନା ଆଇଆଇସି ମାଧବାନନ୍ଦ ନାୟକ ଘଟଣାର ତଦନ୍ତ ଚଳାଇଥିଲେ। ଏହି ମାମଲାରେ ୭ ଜଣଙ୍କୁ ଦିଗପହଣ୍ଡି ଥାନାରେ ଅଟକ ରଖାଯାଇ ମାରାଥନ ଜେରା କରାଯିବା ପରେ ପୋଲିସକୁ ସଫଳତା ମିଳିଛି। ଅଭିଯୁକ୍ତ ହେମନ୍ତଙ୍କ ସୂଚନାକୁ ଭିତ୍ତିକରି ଶନିବାର ସକାଳେ ଗଡ଼ଗୋବିନ୍ଦପୁର ଗାଁ ପୋଖରୀ ନିକଟ ଏକ ପଥର ଖୋଲରୁ ପ୍ରାୟ ୫୦ ଗ୍ରାମ ଓଜନର ସୁନା ଗହଣା ସମେତ ଏକ କଲଭର୍ଟ ତଳୁ ଅଭିଯୁକ୍ତଙ୍କ ରକ୍ତ ଲାଗିଥିବା ଶାର୍ଟକୁ ପୋଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri