ଗାଁ ଦାଣ୍ଡରେ ଯୁବକଙ୍କୁ କରିଥିଲେ ବିଭତ୍ସ ହତ୍ୟା: ମିଳିଲା ଆଜୀବନ ଜେଲ୍‌ ଦଣ୍ଡ

ବ୍ରହ୍ମପୁର, ୬।୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ସନ୍ତୋଷ ସେଠୀ ନାମକ ଜଣେ ଯୁବକଙ୍କୁ ଗାଁ ଦାଣ୍ଡରେ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)ବ-୧ ଡ. ଇନ୍ଦୁ ଶର୍ମା ଉକ୍ତ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ ଅଭିଯୁକ୍ତ ରାମ ନାଇକ(୩୫)କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ ସହ ୧୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦେଶ ଦେଇଛନ୍ତି। ଏନେଇ ସରକରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ସୌଭାଗ୍ୟ କୁମାର ମିଶ୍ର ସୂଚନା ଦେଇଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରିର ରାମ ନାଇକ ଓ ସନ୍ତୋଷ ସେଠୀଙ୍କ ମଧ୍ୟରେ ଏକ ଘରୋଇ ମାମଲାକୁ ନେଇ ଝଗଡା ଲାଗିରହିଥିଲା। ରାମ ଦିନେ ନା ଦିନେ ସନ୍ତୋଷଙ୍କୁ ସବୁଦିନ ପାଇଁ ରାସ୍ତାରୁ ହଟାଇବାକୁ ଯୋଜନା କରିଥିଲା। ୨୦୨୧ ଜୁନ ୨୪ ତାରିଖ ରାତ୍ର ସନ୍ତୋଷ ଗାଁ’ ଦାଣ୍ଡରେ ତାଙ୍କର ଜଣେ ପରିଚିତ ଲୋକଙ୍କ ସହ କଥାବାର୍ତ୍ତା ହେଉଥିଲା। ରାମ ନାଇକ ହାତରେ ମାରଣାସ୍ତ୍ର ଧରି ସେଠାରେ ପହଞ୍ଚିଥିଲା। ଏକ କଟୁରିରେ ରାମ ସେଠାରେ ଛିଡା ହୋଇଥିବା ସନ୍ତୋଷଙ୍କ ପେଟ ଓ ଶରୀରର ବିଭିନ୍ନ ଯାଗାକୁ ବାରମ୍ବାର ଆକ୍ରମଣ କରି ତାଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରିଥିଲା। ଏନେଇ ଅଭିଯୋଗ ପରେ ଦିଗପହଣ୍ଡି ପୋଲିସ ୧୫୯/୨୧ରେ ଅଭିଯୁକ୍ତ ରାମ ନାଇକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତତ୍କାଳୀନ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଥାନାଧିକାରୀ ବସନ୍ତ କୁମାର ସେଠୀ ଘଟଣାର ତଦନ୍ତ କରି କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। ମାମଲାର ବିଚାରଣା ବେଳେ ୧୮ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ ଅଭିଯୁକ୍ତ ରାମଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସାକ୍ଷୀ ମାନଙ୍କ ବୟାନକୁ ଆଧାର କରି ଏଡିଜେ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ମିଶ୍ର ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri