ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ

ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ ବାପା ଓ ସାବତ ମା’ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଦୋଷୀମାନେ ହେଲେ ଏ. ଦିବାକର(୩୬) ଓ ତାଙ୍କ ଦ୍ୱିତୀୟ ସ୍ତ୍ରୀ ଏସ୍‌. ତପେୟା (୩୨)।

୨୦୧୫ରେ ଦିଗପହଣ୍ଡିର କେ.ଭୀମଙ୍କ ଝିଅ କେ. ଶଶୀ ତେନ୍ତୁଳିଆ ସାହିର ଏ. ଦିବାକରଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେମାନଙ୍କର ଏକ ଶିଶୁକନ୍ୟା ଜନ୍ମ ହୋଇଥିଲା। ୨୦୨୦ରେ ଶଶୀଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ତପେୟାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ସାବତ ମା’ ତପେୟା ଘରେ ଥିବା ୬ବର୍ଷର ଶିଶୁକନ୍ୟା କେ. ତପସ୍ବୀଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ଏଥିରେ ବାପା ମଧ୍ୟ ସାମିଲ ରହିଥିଲେ।

୨୦୨୨ ଫେବୃଆରୀ ୨୮ରେ ଘର ଭିତରେ ତପସ୍ବୀଙ୍କ ମୃତଦେହ ପଡ଼ିଥିବା ତାଙ୍କ ଅଜା କେ.ଭୀମ ଶୁଣିବା ପରେ ଝିଅ ଘରକୁ ଯାଇ ଜ୍ୱାଇଁଙ୍କୁ ଘଟଣା ବିଷୟରେ ପଚାରିଥିଲେ। ହେଲେ ସେ କୌଣସି ସଠିକ ଉତ୍ତର ଦେଇ ନ ଥିଲେ।

ନାତୁଣୀଙ୍କୁ ଦିବାକର ଓ ତପେୟା ପିଟି ହତ୍ୟା କରିଥିବା ନେଇ ଭୀମ ଦିଗପହଣ୍ଡି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୯୨/୨୨ରେ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଘଟଣାସ୍ଥଳରୁ ପୋଲିସ ରକ୍ତ ଲାଗିଥିବା ବାଡ଼ି ଜବତ କରିବା ସହ ଦିବାକର ଓ ତପେୟାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ତତ୍କାଳୀନ ଇନ୍ସପେକ୍ଟର ଦୀପ୍ତି ରଞ୍ଜନ ବେହେରା ଉକ୍ତ ଦମ୍ପତିଙ୍କୁ ଅଭିଯୁକ୍ତ ଦର୍ଶାଇ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲା। ମାମଲାର ବିଚାର ବେଳେ ୨୬ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ରାୟ ପ୍ରକାଶ ବେଳେ ଜେଲରେ ଥିବା ଦିବାକାର ଓ ତପେୟାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସରକାରଙ୍କ ପକ୍ଷରୁ ଏପିପି ରଜତ କୁମାର ଦାଶ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରାବାସରୁ ୧୦ ଛାତ୍ର ହଷ୍ଟେଲରୁ ଫେରାର୍‌ ଘଟଣା: ଜଙ୍ଗଲରେ ରାତି ବିତାଇଲେ ଦ୍ୱିତୀୟ ଶ୍ରେଣୀ ଛାତ୍ର, ଭୋର୍‌ରୁ ହେଲେ ଉଦ୍ଧାର

ଦାରିଙ୍ଗବାଡି, ୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ସାମନବାଡି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪୦ଶଯ୍ୟା ବିଶିଷ୍ଟ ଛାତ୍ରାବାସରୁ ମଙ୍ଗଳବାର…

ଜୀବନର ରଙ୍ଗ ଛଡେଇନେଲା ଦନ୍ତା ହାତୀ:  ଯୁବକଙ୍କ ମୃତ୍ୟୁ

ମୋରଡା/ରାସଗୋବିନ୍ଦପୁର,୪/୩ (ସ୍ମାରକ ମାଜୀ/ସତ୍ୟବାଦୀ ପରିଡା):ରଙ୍ଗର ପର୍ବ ହୋଲିରେ ମଉଳି ଗଲା ଯୁବକଙ୍କ ଜୀବନର ରଙ୍ଗ। ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଦୁଖଃଦ ଘଟଣା ଘଟିଛି…

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌।…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri