ମାଙ୍ଗାନିଜ ଚୋରା ଚାଲାଣରୁ ଢାବା ମାଲିକଙ୍କୁ ହତ୍ୟା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଣାଇଁ,୧୩ା୩(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅଧୀନ ମାଲଦାରେ ଗତ ଫେବୃୟାରୀ ୨୬ ତାରିଖରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଢାବା ମାଲିକ ରମେଶ ଚତମ୍ବାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହଯୋଗୀ ରାମ ପୂର୍ତ୍ତି ଗୁରୁତର ଆହତ ହୋଇଥିଲେ। ଘଟଣାର ୧୬ ଦିନ ପରେ ପୋଲିସ ଗୁଳିକାଣ୍ଡ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ବେଳେ ତାଙ୍କ ସହଯୋଗୀ ଫେରାର ଅଛନ୍ତି। ଗ୍ୟାଙ୍ଗ୍‌ର ମୁଖ୍ୟ ଗୁଡୁ ଓରଫ ସଦାନନ୍ଦ ମାନକିଙ୍କୁ ପୋଲିସ ଗିରଫ କରିଛି। ତାଙ୍କ ଘର ଯୋଡ଼ା ଥାନା ଅଧୀନ ଶାସ୍ତ୍ରୀନଗରରେ। ତାଙ୍କର ସହଯୋଗୀ ପ୍ରକାଶ ପାତ୍ର ଫେରାର ଥିବାରୁ ତାଙ୍କୁ ଧରିବା ନେଇ ପୋଲିସ ତଦନ୍ତ ଜାରି ରହିଥିବା ଏସ୍‌ପି ମୁକେଶ କୁମାର ଭାମୁ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଙ୍ଗାନିଜ ପଥର ଚୋରା ଚାଲାଣକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ଏସ୍‌ପି କହିଛନ୍ତି। ଗିରଫ ଅଭିଯୁକ୍ତଙ୍କ ନିକଟରୁ ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ୭.୬ ଏମ୍‌ଏମ୍‌ର ପିସ୍ତଲ ଏବଂ ୮ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରିଛି।

ସୂଚନାଯୋଗ୍ୟ, ଗତ ଫେବୃୟାରୀ ୨୬ରେ ରମେଶ ଢାବା ବନ୍ଦକରି ପରିବାର ସହ ମାଘେପର୍ବ ମନେଇବାକୁ ଓରାଘାଟ ଯାଇଥିଲେ। ହେଲେ ସାରେ ସେ ଢାବାକୁ ଫେରିଥିଲେ। ସେତିକିବେଳେ ୨ଜଣ ଯୁବକ ବାଇକ୍‌ରେ ଆସି ଢାବା ନିକଟରେ ଅଟକିଥିଲେ। ପରେ ସେମାନେ ଢାବା ମାଳିକ ଏବଂ ତାଙ୍କ ସହଯୋଗୀଙ୍କ ଉପରେ ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ରମେଶଙ୍କ ଛାତିରେ ଗୁଳି ବାଜିବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ହେଲେ ସହଯୋଗୀ ରାମଙ୍କ ଡାହାଣ କାନ୍ଧ ନିକଟରେ ଗୁଳି ବାଜି ଗୁରୁତର ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣା ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ପୋଲିସ ଏକ ହତ୍ୟା ମାମଲା ରୁଜୁକରି ଘଟଣାର ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri