ପୂର୍ବତନ ସରପଞ୍ଚଙ୍କୁ ହତ୍ୟା: ପାଣିରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ

ଭଦ୍ରକ,୧୩।୧୧(ସନାତନ ରାଉତ): ଭଦ୍ରକ ବ୍ଲକ ବନ୍ଧଗାଁ ପୂର୍ବତନ ସରପଞ୍ଚ ତଥା ଆମ୍ବରୋଳି ସମବାୟ ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତ (ନାଲୁ)ଙ୍କୁ ମଙ୍ଗଳବାର ରାତିରେ ହତ୍ୟା କରାଯାଇଛି । ତାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ବାନ୍ଧଗାଁ ରାସ୍ତା କଡ଼ ବିଲରେ ପଡିଥିବା ବୁଧବାର ସକାଳେ ଲୋକେ ଦେଖିତିଲେ। ପରେ ଘଟଣାସ୍ଥଳକୁ ଲୋକଙ୍କ ଭିଡ଼ ଲାଗିଛି । ତାଙ୍କ ମୁଣ୍ଡରେ ୩ ଟି କ୍ଷତ ଥିବାରୁ ମରଣାସ୍ତ୍ରରେ ହାଣିଥିବା ସନ୍ଦେହ କରାଯାଉଛି । ମଙ୍ଗଳବାର ରାତିରେ ସେ ଏକ ଅଷ୍ଟମପ୍ରହରୀରେ ଯୋଗ ଦେଇ ଗାଁକୁ ଫେରୁଥିବା ବେଳେ ବିଳମ୍ବିତ ରାତିରେ ତାଙ୍କୁ ହତ୍ୟା କରାଯାଇଥିବା କୁହାଯାଉଛି। ରାତିରେ ଘରକୁ ଫେରିବାରେ ବିଳମ୍ବ ହେବାରୁ ଘର ଲୋକ ତାଙ୍କଉ ଫୋନ କରିଥିଲେ କିନ୍ତୁ ମୋବାଇଲବନ୍ଦ ଥିଲା । ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି l ତେବେ କିଏ କାହିଁକି ହତ୍ୟା କରିଛି କାରଣ ଜଣା ପଡି ନଥିବା ବେଳେ ରାଜନୈତିକ ଶତ୍ରୁତାରୁ ହତ୍ୟା କରାଯାଇ ଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ସେ ଜଣେ ଭଲ ରାଜ ନେତା ଓ ଲୋକପ୍ରିୟତା ଥିବାରୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri