କର୍ନାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣା : ଆଜି ଜି. ଉଦୟଗିରିରେ ହେବ ଶେଷ କୃତ୍ୟ

ଦାରିଙ୍ଗବାଡି, ୯।୩ (ଅରୁଣ ସାହୁ ): କର୍ନାଟକର ହାମ୍ପି ନିକଟରେ ଇସ୍ରାଏଲୀ ମହିଳା ପର୍ଯ୍ୟଟକଙ୍କ ସମେତ ୨ ମହିଳାଙ୍କୁ ଦୁର୍ବୁତ୍ତମାନେ ଗଣବଳାତ୍କାର କରିବା ସହ ସେମାନଙ୍କ ସାଙ୍ଗରେ ଥିବା ୩ ପୁରୁଷ ପର୍ଯ୍ୟଟକଙ୍କୁ ମାଡ଼ମାରି ନିକଟରେ ରହିଥିବା କେନାଲ ରେ ଫିଙ୍ଗିଦେବା ଓ ସେଥିରେ ୨ ଜଣ ଉଦ୍ଧାର ହୋଇଥିବା ବେଳେ ଜଣେ ଯୁବକଙ୍କ ମତ୍ୟୁ ଘଟିଥିଲା। ମୃତ ଯୁବକ ଜଣକ ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ତେରବାଡି ଗ୍ରାମର ବିଜୟ ନାୟକଙ୍କ ଗୋଟିଏ ମାତ୍ର ପୁଅ ବିଭାଷ ନାୟକ (୩୦ )। ତାଙ୍କ ମୃତ୍ୟୁ ଖବର ଗ୍ରାମରେ ପହଞ୍ଚିବା ପରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ସମସ୍ତେ ବିଭାଷଙ୍କୁ ଝୁରୁଥିବାବେଳେ ତାଙ୍କ ଶେଷ ଦର୍ଶନ କରିବାକୁ ଗ୍ରାମବାସୀ ଅନାଇବସିଛନ୍ତି।

ବିଭାଷ ଛୋଟ ବେଳରୁ ହିଁ ଶାନ୍ତ ସଭାବର ଥିଲେ ସେ କେବେ କେବେ ଗାଁକୁ ଆସିଲେ ଗାଁରେ ରହୁଥିବା ସମ୍ପର୍କୀୟ ଓ ଗ୍ରାମବାସୀଙ୍କ ସହ ଖୁବ ମିଶନ୍ତି । ସମସ୍ତଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିଥାନ୍ତି ବୋଲି ମୃତ ବିଭାଷଙ୍କ ବଡ଼ ପିଉସୀ ବୈଦେହୀ ନାୟକ କୁହନ୍ତି । ସେ ଦୁଖଃଭରା କଣ୍ଠ ରେ କହିଛନ୍ତି ଯେ, ତାଙ୍କ ଭାଇଙ୍କ ୧ ମାତ୍ର ପୁଅ ବିଭାଷ ସମସ୍ତଙ୍କୁ ଛାଡି ଚାଲିଗଲା ମୋ ଭାଇ ବେସାହାରା ହୋଇଗଲା ବୋଲି କହିବା ସହ ସରକାର ଅଭିଯୁକ୍ତ ମାନଙ୍କୁ ଉଚିତ ଦଣ୍ଡ ବିଧାନ କରିବାକୁ ସେ ନିବେଦନ କରିଛନ୍ତି। ସେହିପରି ବିଭାସଙ୍କ ଦାଦା ଅଜୟ ନାୟକ, ସମ୍ପର୍କୀୟ ଭାଇ ଫିରୋଜ ଏବଂ ଦାଦାଙ୍କ ପୁଅ ବଡ଼ ଭାଇ ଏନୀୟ ନାୟକ ପ୍ରମୁଖ ବିଭାଷଙ୍କ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି । ମୃତ ବିଭାଷଙ୍କ ପରିବାର ପକ୍ଷରୁ କୁହାଯାଇଛି ଯେ ରବିବାର ଅପରାହ୍ନରେ ଜି. ଉଦୟଗିରିର ଗୁଡ୍ରିପଡ଼ିରେ ତାଙ୍କ ମର ଶରୀର ପହଞ୍ଚିବ ଓ ଖ୍ରୀଷ୍ଟୀୟ ରୀତିନୀତିରେ ଶେଷକୃତ୍ୟ କରାଯିବ ବୋଲି କୁହାଯାଇଛି ।

ସୂଚନାଯୋଗ୍ୟ ଯେ, ବିଭାଷଙ୍କ ବାପା ଖ୍ରୀଷ୍ଟୀୟ ଧର୍ମର ମୋଡିରେଟର ଭାବେ ଉତ୍ତରପ୍ରଦେଶର ଆଗ୍ରାଠାରେ ରହୁଛନ୍ତି । ମା’ଜଣେ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ବିଭାଷ ଦିଲ୍ଲୀରେ କୌଣସି ଏକ କମ୍ପାନୀରେ କାର୍ଯ୍ୟ କରୁଥିବାବେଳେ ସେ ଭାରତ ସହ ବିଦେଶ ଭ୍ରମଣ ରେ ରୁଚି ରଖିଥାନ୍ତି ଏବଂ ବିଦେଶ ରେ ମଧ୍ୟ ତାଙ୍କ ସାଙ୍ଗସାଥି ଅନେକ ରହିଛନ୍ତି ଏହି କ୍ରମରେ ଇସ୍ରାଏଲ ରୁ ଜଣେ ବିଦେଶିନୀ ପର୍ଯ୍ୟଟକଙ୍କୁ କର୍ନାଟକ ର ପର୍ଯ୍ୟଟନ କ୍ଷେତ୍ର ବୁଲାଇବା ସମୟରେ ଏଭଳି ଦୁର୍ବୁତ୍ତଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri