ଘରେ ପଶି ବୃଦ୍ଧଙ୍କୁ ହତ୍ୟା, ସଶସ୍ତ୍ର ଡକାୟତି

ନିଶ୍ଚିନ୍ତକୋଇଲି/ନେମାଳ,
୧୦।୧୨(ସ୍ବ.ପ୍ର./ଡି.ଏନ୍‌.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରୀ ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ସହ ହତ୍ୟାକାଣ୍ଡ ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ବୃଦ୍ଧଙ୍କୁ ହତ୍ୟା କରିବା ସହ ତାଙ୍କ ସ୍ତ୍ରୀଙ୍କୁ ଆକ୍ରମଣ କରି ଗୁରୁତର କରିଛନ୍ତି। ଏଥିସହ ଘରର ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ କରି ନେଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଲେଣ୍ଡୁରା ଭଗବାନପୁର ଗ୍ରାମର ହୃଷୀକେଶ ମୁଦୁଲି (୬୯)। ଖବରପାଇ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଶୁକ୍ରବାର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛି। ଏଥିସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କଟକ ବଡ଼ ଡାକ୍ତରଖାନା ପଠାଇଛି। ଏ ସମ୍ପର୍କରେ ମୃତକଙ୍କ ଭାଇ ନୃସିଂହ ଚରଣ ମୁଦୁଲିଙ୍କ ଅଭିଯୋଗକ୍ରମେ ଥାନାରେ ମାମଲା (ନଂ. ୨୧୯/୨୨) ରୁଜୁ ହୋଇଛି।
ଡକାୟତି ଉଦ୍ଦେଶ୍ୟରେ ନା ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଘଟଣା ଘଟିଛି ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଲେଣ୍ଡୁରା ଭଗବାନପୁରର ଅନନ୍ତେଶ୍ୱର ନୋଡାଲ ଉଚ୍ଚ ବିଦ୍ୟାଳୟରେ ହୃଷୀକେଶ କିରାଣି ଭାବେ କାର୍ଯ୍ୟ କରି ଅବସର ନେଇଥିଲେ। ସେ ଏହି ଘରେ ସ୍ତ୍ରୀ କନକଲତା(୬୫)ଙ୍କ ସହ ରହିଆସୁଥିଲେ। ଗୁରୁବାର ସ୍ବାମୀ ସ୍ତ୍ରୀଙ୍କ ସହ ନାତି ଓମ୍‌ପ୍ରକାଶ ମୁଦୁଲି(୧୮) ସେଠାରେ ଥିଲେ। ରାତିରେ ପରିବାର ଲୋକ ଶୋଇଥିଲେ। ବିଳମ୍ବିତ ରାତିରେ ୪ ଜଣ ଅଚିହ୍ନା ଦୁର୍ବୃତ୍ତ ତାଙ୍କ ଘରକୁ ଆସି ହୃଷୀକେଶଙ୍କ ନାମ ଧରି ଡାକିବା ସହ କବାଟ ଖୋଲିବାକୁ କହିଥିଲେ। ସେମାନଙ୍କ ଡାକ ଶୁଣି ହୃଷୀକେଶ କବାଟ ଖୋଲିଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଅତର୍କିତଭାବେ ବୃଦ୍ଧଙ୍କ ଗଳାକୁ ମାରଣାସ୍ତ୍ର ସାହାଯ୍ୟରେ କାଟିଦେଇଥିଲେ। ଫଳରେ ଘଟଣାସ୍ଥଳରେ ହୃଷୀକେଶଙ୍କ ମୃତ୍ୟୁ ଘଟିଥିଲା। ସ୍ବାମୀଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ କନକଲତା ପ୍ରତିରୋଧ କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ମଧ୍ୟ ମାରଣାସ୍ତ୍ରରେ ଆକ୍ରମଣ କରି ଗୁରୁତର କରିଥିଲେ ବୋଲି ନାତି ଓମପ୍ରକାଶ କହିଛନ୍ତି। ଏହାପରେ ଦୁର୍ବୃତ୍ତମାନେ ଘରେ ଥିବା ଲୁହା ଆଲମିରା ଭାଙ୍ଗି ସୁନା ଅଳଙ୍କାର ନେଇଯିବା ସହ ଘରର କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଓ ଆସବାବପତ୍ରରେ ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଓମ୍‌ପ୍ରକାଶଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରାଇଥିଲେ। ପ୍ରତିବାଦ କଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଫଳରେ ଓମ୍‌ପ୍ରକାଶ ପାଟି ଚୁପ୍‌ କରି ନିରବତାର ସହ ବସି ରହିଥିଲେ। ଦୁର୍ବୃତ୍ତମାନେ ଘର ଛାଡି ପଳାଇ ଯିବାପରେ ଓମ୍‌ପ୍ରକାଶ ଗ୍ରାମବାସୀଙ୍କୁ ଡାକ ପକାଇଥିଲେ। ପାଟିଶୁଣି ଗଁା ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ କନକଲତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ କଟକ ବଡ ଡାକ୍ତରଖାନା ପଠାଇଥିଲେ। ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷରେ ଓମ୍‌ପ୍ରକାଶଙ୍କ ହାତରେ ସାମାନ୍ୟ ଆଘାତ ଲାଗିଛି। ଏହି ଘଟଣା ପ୍ରଚାରିତ ହେବା ପରେ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା। ଖବରପାଇ ନେମାଳ ଥାନା ପୋଲିସ, କଟକ ଜିଲା ଗ୍ରାମାଞ୍ଚଳ ଏସ୍‌ପି ବି. ଯୁଗୋଳ କିଶୋର, ଅତିରିକ୍ତ ଏସ୍‌ପି କୃଷ୍ଣଚନ୍ଦ୍ର ନାୟକ, ସାଲେପୁର ଏସ୍‌ଡିପିଓ ବିମଳ କୁମାର ବାରିକ, ନେମାଳ ଥାନା ଭାରପ୍ରାପ୍ତ ଅଧିକାରୀ ଗୌରାଙ୍ଗ ଚରଣ ବିଶ୍ୱାଳ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି। ସନ୍ଧାନୀ କୁକୁର ତାଙ୍କ ଘର ଚାରିପାଖରେ ବୁଲିବା ସହ ନଦୀବନ୍ଧକୁ ଯାଇ ଫେରିଆସିଥିଲା। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ପୋଲିସ ଏହି ଘଟଣାରେ କାହାରିକୁ ଗିରଫ କରିବାକୁ ସକ୍ଷମ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri