ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣା: ସାର୍ବଜନୀନ ହେବ ରିପୋର୍ଟ ଏମିତି କହିଲେ…

ଭୁବନେଶ୍ୱର,୨୭।୮(ଅନିଲ ଦାସ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ନେଇ ଆଲୋଚନା ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ଏଭଳି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁ କଥା ଆମେ ବିଗତ ଦିନରେ କହିଥିଲୁ, ଏବେ ଶୀଘ୍ର ଆଲୋଚନା କରାଯାଇ କମିଶନ ରିପୋର୍ଟ ଓ ଅନ୍ୟାନ୍ୟ ଦିଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଏଠାରେ ସୂଚନାଯୋଗ୍ୟ, ୨୦୦୮ ଅଗଷ୍ଟ ୨୩ ତାରିଖରେ କନ୍ଧମାଳର ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣା ପରେ କନ୍ଧମାଳରେ ଦଙ୍ଗା ସୃ୍‌ଷ୍ଟି ହୋଇଥିଲା। ପ୍ରଥମେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ଏହି ଘଟଣାର ତଦନ୍ତ କରିଥିଲା। ପରେ ସରକାର ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟା ଓ କନ୍ଧମାଳ ଦଙ୍ଗା ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଜଷ୍ଟିସ ଶରତ ଚନ୍ଦ୍ର ମହାପାତ୍ର ଓ ପରେ ଜଷ୍ଟିସ ଏ.ଏସ୍‌. ନାଇଡୁଙ୍କ ଜଣିକିଆ କମିଶନ ନିଜର ତଦନ୍ତ ରିପୋର୍ଟକୁ ୨୦୧୫ ଡିସେମ୍ବରରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଏ ପର୍ଯ୍ୟନ୍ତ ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହୋଇ ନାହିଁ। ହତ୍ୟାକାଣ୍ଡ ସମୟରେ ରାଜ୍ୟରେ ବିଜେଡି-ଭାଜପା ମିଳିତ ମେଣ୍ଟ ସରକାର ଥିଲା। ୨୦୦୯ରେ ଏହି ମେଣ୍ଟ ଭାଙ୍ଗି ଯାଇଥିଲା। ଭାଜପା କ୍ଷମତାକୁ ଆସିବା ପରେ ଏହି ରିପୋର୍ଟ ସାର୍ବଜନୀନ କରିବାକୁ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri