ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣା: ସାର୍ବଜନୀନ ହେବ ରିପୋର୍ଟ ଏମିତି କହିଲେ…

ଭୁବନେଶ୍ୱର,୨୭।୮(ଅନିଲ ଦାସ): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟକୁ ରାଜ୍ୟ ସରକାର ସାର୍ବଜନୀନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ନେଇ ଆଲୋଚନା ହୋଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଗଣମାଧ୍ୟମକୁ ଏଭଳି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଯେଉଁ କଥା ଆମେ ବିଗତ ଦିନରେ କହିଥିଲୁ, ଏବେ ଶୀଘ୍ର ଆଲୋଚନା କରାଯାଇ କମିଶନ ରିପୋର୍ଟ ଓ ଅନ୍ୟାନ୍ୟ ଦିଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ଏଠାରେ ସୂଚନାଯୋଗ୍ୟ, ୨୦୦୮ ଅଗଷ୍ଟ ୨୩ ତାରିଖରେ କନ୍ଧମାଳର ଜଲେଶପଟ୍ଟା ଆଶ୍ରମରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କୁ ଦୁର୍ବୃତ୍ତ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣା ପରେ କନ୍ଧମାଳରେ ଦଙ୍ଗା ସୃ୍‌ଷ୍ଟି ହୋଇଥିଲା। ପ୍ରଥମେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ଏହି ଘଟଣାର ତଦନ୍ତ କରିଥିଲା। ପରେ ସରକାର ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟା ଓ କନ୍ଧମାଳ ଦଙ୍ଗା ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଜଷ୍ଟିସ ଶରତ ଚନ୍ଦ୍ର ମହାପାତ୍ର ଓ ପରେ ଜଷ୍ଟିସ ଏ.ଏସ୍‌. ନାଇଡୁଙ୍କ ଜଣିକିଆ କମିଶନ ନିଜର ତଦନ୍ତ ରିପୋର୍ଟକୁ ୨୦୧୫ ଡିସେମ୍ବରରେ ରାଜ୍ୟ ସରକାରଙ୍କୁ ପ୍ରଦାନ କରିଥିଲେ। ଏ ପର୍ଯ୍ୟନ୍ତ ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହୋଇ ନାହିଁ। ହତ୍ୟାକାଣ୍ଡ ସମୟରେ ରାଜ୍ୟରେ ବିଜେଡି-ଭାଜପା ମିଳିତ ମେଣ୍ଟ ସରକାର ଥିଲା। ୨୦୦୯ରେ ଏହି ମେଣ୍ଟ ଭାଙ୍ଗି ଯାଇଥିଲା। ଭାଜପା କ୍ଷମତାକୁ ଆସିବା ପରେ ଏହି ରିପୋର୍ଟ ସାର୍ବଜନୀନ କରିବାକୁ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?