ଇଟାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ଜମନକିରା,୮।୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ନୂଆଁଡିହି ଗ୍ରାମରେ ଏକ ଅଘଟଣ ଘଟିଛି। ସ୍ବାମୀ ଏକ ଇଟାରେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଛନ୍ତି। ଏହି ଘଟଣାରେ ଜମନକିରା ପୋଲିସ ଅଭିଯୁକ୍ତ ସ୍ବାମୀକୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ତେବେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ପୋଲିସର ସୂଚନା ମୁତାବକ, ନୂଆଁଡ଼ିହି ଗ୍ରାମରେ ଅଭିଯୁକ୍ତ ସନାତନ ଧୁରୁଆ(୪୦), ସ୍ତ୍ରୀ ଏବଂ ପୁଅ, ଝିଅଙ୍କ ସହ ରହୁଥିଲେ। ହେଲେ ଝିଅ(୧୮ ବର୍ଷ) କୁଚିଣ୍ଡାରେ ଜଣଙ୍କ ଘରେ କାମ କରି ସେଠାରେ ରହୁଥିଲେ। ଘଟଣା ଦିନ ପୁଅ ଗାଁର ଅନ୍ୟ ଜଣଙ୍କ ଘରକୁ ଶୋଇବାକୁ ଯାଇଥିଲେ। ଏଭଳସ୍ଥିତରେ ସ୍ବାମୀ ସନାତନ ଏବଂ ସ୍ତ୍ରୀ ପୁଷ୍ପା(୩୫) ଶନିବାର ରାତିରେ ଖାଇ ଶୋଇବା ବେଳେ ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସ୍ବାମୀ ସନାତନ ଏକ ଇଟାରେ ପୁଷ୍ପାଙ୍କ ମୁଣ୍ଡକୁ ଛେଚି ଦେଇଥିଲା। ଫଳରେ ଘଟଣା ସ୍ଥଳରେ ପୁଷ୍ପାଙ୍କ ମୃତ୍ୟୁ ଘଟିଥିଲା। ସକାଳେ ପୁଅ ଘରକୁ ଆସି ମା’ଙ୍କ ମୃତଦେହ ପଡ଼ିଥିବା ଦେଖି ଗାଁ ଲୋକଙ୍କ ସହାୟତାରେ ପୋଲିସକୁ ଖବର ଦେଇଥିଲେ। ଏଥିସହ ଭଉଣୀକୁ ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରି କୁଚିଣ୍ଡା ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ଜମନକିରା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri