ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ ନେବାକୁ ମଧ୍ୟ ପଛାଉ ନାହିଁ। ଏଭଳି ଏକ ଅଭାନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ। ଏଠାରେ ତ୍ରିକୋଣୀୟ ପ୍ରେମରୁ ଦିଲୀପ ବାଗ ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ଜୟପାଟଣା ପୋଲିସ ହାତରେ ୪ ଜଣ ଧରାପଡିଛନ୍ତି। ସେଥିମଧ୍ୟରୁ ଜଣେ ନାବାଳକ ରହିଛନ୍ତି। ଶନିବାର ୩ ଅଭିଯୁକ୍ତକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛ। ସେମାନେ ହେଲେ ମୋହନ ମାଝି, ଅବତାର ମାଝି, ଚନ୍ଦ୍ର ମାଝି। ସେହିପରି ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ସହ ସାମିଲ ଥିବା ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ଅଭିଯୁକ୍ତଙ୍କଠାରୁ ଅପରାଧରେ ବ୍ୟବହୃତ ସାମଗ୍ରୀ ପୋଲିସ ଜବତ କରିଛି। ଏ ନେଇ ସ୍ଥାନୀୟ ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଜୟପାଟଣା ଆଇଆଇସି ବାସୁଦେବ ଛତ୍ରିଆ।

ମିଳିଥିବା ସୂଚନା ଅନୁଯାୟୀ,ଗତ ୧୯ ତାରିଖରେ ଜୟପାଟଣା ଥାନା ପୋଲୋକାମୁଣ୍ଡା ଗ୍ରାମର ଦିଲୀପ ବାଗ(୧୭)ନାମକ ଜଣେ କଲେଜ ଛାତ୍ର ନିଖୋଜ ଥିବା ନେଇ ସ୍ଥାନୀୟ ଥାନାରେ ତାଙ୍କ ବାପା ଧୋବା ବାଗ ଅଭିଯୋଗ କରିଥିଲେ। ପରେ ଗତ ୨୧ ତାରିଖରେ କାଦୋପଦର ହାତୀ ନଦୀ ଘାଟ ନିକଟରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରାଯାଇଥିଲା। ଯାହାକି ନିଖୋଜ ଥିବା ଦିଲୀପଙ୍କ ମୃତଦେହ ବୋଲି ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିପାରିଥିଲା। ପରେ ଦିଲୀପଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ। ପୋଲିସ ଘଟଣାର ତଦନ୍ତ ଜାରି ରଖି ଦିଲୀପଙ୍କ ୨ ଜଣ ସାଙ୍ଗ ମୋହନ ମାଝି ଓ ଜଣେ ନାବାଳକଙ୍କୁ ପ୍ରଥମେ ଅଟକ ରଖି ପଚରାଉଚରା କରିଥିଲା। ପରବର୍ତ୍ତୀ ସମୟରେ ଅନ୍ୟ ୨ ଜଣଙ୍କୁ ମଧ୍ୟ ଏଥିରେ ସାମିଲ ଥିବା ଅଭିଯୋଗରେ ଅଟକ ରଖି ପଚାରାଉଚରା କରିଥିଲା। ତଦନ୍ତ ପରେ ତ୍ରିକୋଣୀୟ ପ୍ରେମ ସମ୍ପର୍କରୁ ଦିଲୀପଙ୍କ ହତ୍ୟା ହୋଇଥିବା ଜଣାପଡ଼ିଥିଲା। ଜଣେ ଝିଅକୁ ମୃତକ ଦିଲୀପ ଓ ମୋହନ ଭଲ ପାଉଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ପରବର୍ତ୍ତୀ ସମୟରେ ଏହା ହତ୍ୟାର ରୂପ ନେଇଥିଲା। ଗତ ୧୮ ତାରିଖରେ ମୋହନ ଓ ନାବାଳକ ଦିଲୀପଙ୍କୁ କୌଶଳ କ୍ରମେ ନିକଟସ୍ଥ ଏକ ନାଳକୁ ନେଇ ହତ୍ୟା କରିଥିଲେ। ପରେ ନିକଟରେ ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍‌ତାର ଫାଶରେ ଦିଲୀପକୁ ଠେଲି ଦେଇ ଚାଲି ଆସିଥିଲେ। ଫାଶ ପକାଇଥିବା ଦରଲୀପଡ଼ା ଗାଁର ଦୁଇ ଚାଷୀ ଅବତାର ମାଝି ଓ ଚନ୍ଦ୍ର ମାଝି ଫାଶ ତାରରେ ମୃତଦେହ ପଡିଥିବା ଦେଖି ଭୟଭୀତ ହୋଇପଡ଼ିଥିଲେ। ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ ହୋଇଥିବା ଭାବି ସେମାନେ ଗୋଟିଏ ଦିନ ମୃତଦେହକୁ ଲୁଚାଇ ରଖିଥିଲେ। ପରେ ମୃତଦେହକୁ ହାତୀ ନଦୀରେ ଫିଙ୍ଗି ଦେଇଥିଲେ। ନଦୀରେ ଭାସି ମୃତଦେହ କାଦୋପଦର ନଦୀଘାଟ ନିକଟରେ ଲାଗିଥିଲା। ଯାହାକୁ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଏ ନେଇ ଜୟପାଟଣା ଥାନାରେ କେସ୍‌ ନଂ ୪୩/୨୩ରେ ଏକ ମାମଲା ରୁୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri