ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର

ସିମୁଳିଆ,୧୮ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍‌ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତମାନେ ତାଙ୍କ ବେକ ଓ ମୁଣ୍ଡକୁ କୌଣସି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିବା ସହିତ ତାଙ୍କ ହାତ ଭାଙ୍ଗି ଯାଇଥିବାର ଜଣାଯାଇଛି। ମୃତ ବଳିଆଙ୍କ ଘର ସ୍ଥାନୀୟ ରିଆ ଗ୍ରାମରେ ଓ ସେ ଜଣେ ଡ୍ରାଇଭର ଅଟନ୍ତି। ଶୁକ୍ରବାର ରାତି ୨ଟାରେ ବଳିଆ ଡ୍ୟୁଟିରୁ ଫେରିବା ପରେ ଏହି ହତ୍ୟାକାଣ୍ଡ ଭୋର୍‌ ୩ଟା ମଧ୍ୟରେ ଘଟିଥିବାର ସ୍ଥାନୀୟ ଲୋକମାନେ ସୂଚନା ଦେଇଛନ୍ତି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଅପରାହ୍ନରେ ଘଟଣାସ୍ଥଳରେ ପୋଲିସ, ସନ୍ଧାନୀ କୁକୁର ସହିତ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତଦନ୍ତ କରି ଫେରିଯାଇଥିଲେ ହେଁ କୌଣସି ସୁରାକ ମିଳିପାରିନାହିଁ। ନିଜ ଘରଠାରୁ କିଛି ଦୂର ତହସିଲ-ରିଆ ଗାଁ ରାସ୍ତାର ଏକ ଖୋଲା ସ୍ଥାନରେ ବଳିଆ ପ୍ରତ୍ୟେକ ଦିନ କିଛି ସମୟ ବସି ଘରକୁ ଯାଉଥିବାର ତାଙ୍କ ପରିବାର ଲେକେ କହିଛନ୍ତି। ହତ୍ୟାକାଣ୍ଡ ଘଟିଥିବା ଉକ୍ତ ସ୍ଥାନରେ ବଳିଆଙ୍କ ବାଇକ (ଓଡି ୨୨ବି ୭୬୩୭) ରହିଥିବା ବେଳେ ତାଙ୍କ ଚପଲ ମଧ୍ୟ ପଡ଼ିଛି। ତେବେ କେଉଁ କାରଣକୁ ନେଇ ସେ ହତ୍ୟାକାଣ୍ଡର ଶିକାର ହେଲେ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଅପରପକ୍ଷେ ଦୁର୍ଘଟଣାସ୍ଥଳରୁ ପ୍ରାୟ ୨୦ ଫୁଟ ଦୂର ନୟନଜୋଡ଼ି ମଧ୍ୟରୁ ପ୍ରଭାସ କୁମାର ଜେନା(୨୮) ନାମକ ଅନ୍ୟ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ତାଙ୍କ ଘର ମଧ୍ୟ ରିଆ ଅଞ୍ଚଳରେ ଓ ସେ ମୃତ ବଳିଆଙ୍କ ପଡ଼ୋଶୀ ଅଟନ୍ତି। ପ୍ରଭାସ ବାଙ୍ଗାଲୋରରେ କାର୍ଯ୍ୟ କରୁଥିବା ବେଳେ ରଜ ଉତ୍ସବ ପାଇଁ ଗାଁକୁ ଆସିଥିଲେ। ତାଙ୍କୁ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ହତ୍ୟାକାଣ୍ଡ ସ୍ଥଳର କିଛି ଦୂରରେ ପ୍ରଭାସଙ୍କ ବାଇକ(ଓଡି ୨୨ୟୁ ୭୪୪୬) ପଡ଼ିିଥିବାର ଦେଖାଯାଇଛି। କୋମା ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହେବାରୁ ପ୍ରଭାସଙ୍କ ନିକଟରୁ କୌଣସି ସୁରାକ ମିଳିପାରିନାହିଁ। ତେବେ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ବଳିଆଙ୍କୁ ଦେଖି ପ୍ରଭାସ ଭୟରେ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି କିମ୍ବା ଅନ୍ୟ କିଛି ଘଟଣା ଘଟିଛି ତାହା ଜଣାଯାଇନାହିଁ। ତଦନ୍ତ ପରେ ଯାହାକିଛି ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri