ବଚସାରୁ ଯୁବକଙ୍କୁ ହତ୍ୟା: ୬ ଜଣଙ୍କୁ ବାନ୍ଧିଲା ପୋଲିସ

ରେଙ୍ଗାଲି,୧ା୮(ଡି.ଏନ.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ଥାନ ଅଧୀନ ଟେର୍ଚ୍ଚାପଡ଼ାରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏହି ଘଟଣାରେ ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁସାରେ ୨୯ ତାରିଖ ସାରେ ଟେର୍ଚ୍ଚାପଡା ଓ କାଳିଆପଡାର ଯୁବକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ଟେର୍ଚ୍ଚାପଡାର ଡାକ୍ତର ଓରାମ (୨୦)ଙ୍କୁ କେତେଜଣ ଯୁବକ ଛୁରି ଓ ଭୁଜାଲିରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଡାକ୍ତରଙ୍କୁ ରେଙ୍ଗାଲି ଡାକ୍ତରଖାନା ଅଣାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ଡାକ୍ତରଖାନା ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ପୋଲିସ ହତ୍ୟା ମାମଲା ରୁଜୁ କରି ଅଶୋକ ମୁଣ୍ଡ(୨୫), ତରୁଣ ଓରାମ (୨୦), ସମୀର ଓରାମ (୧୯), ସତ୍ୟାନନ୍ଦ ଓରାମ (୨୫), ପ୍ରମୋଦ ଓରାମ (୧୯) ଓ ଶିବ ଓରାମ (୧୯)ଙ୍କୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଭୁଜାଲି ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri