ହତ୍ୟା ନା ଆତ୍ମହତ୍ୟା: ବ୍ରିଜରୁ ପଡ଼ି ଭିସୁଟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ସମ୍ବଲପୁର,୨।୯(ପ୍ରମୋଦ ବହିଦାର): ବୁର୍ଲା ନିକଟସ୍ଥ ପାୱାର ପ୍ୟାନେଲ(ପିସି) ବ୍ରିଜରୁ ଖସିପଡ଼ି ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ) ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଖବର ମିଳିଛି। ମୃତକ ଭିସୁଟ ମେକାନିକାଲ ଇଞ୍ଜିନିୟରିଂ ବିଭାଗ ଶେଷ ବର୍ଷ ଛାତ୍ର ଯାଜପୁରର ଅଞ୍ଜନେୟ ଦାସ ବୋଲି ଚିହ୍ନଟ କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ସେ ଉକ୍ତ ବ୍ରିଜକୁ ଯାଇଥିଲେ। ବ୍ରିଜରୁ ଖସିଯିବା ପରେ ତାଙ୍କୁ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର କରି ଭିମସାରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଖବର ପାଇ ବୁର୍ଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହାସହ ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି ବୋଲି ଭିସୁଟ କର୍ତ୍ତୃପକ୍ଷ ଓ ପୋଲିସ ପକ୍ଷରୁ ପ୍ରକାଶ। ତେବେ ଛାତ୍ରଙ୍କ ମୃତ୍ୟୁ ଘଟଣାର କାରଣ ସନ୍ଦେହଜନକ ରହିଛି। କାରଣ ଛାତ୍ର ଜଣକ ବ୍ରିଜକୁ କାହିଁକି ଗଲେ, ଏକାକୀ ନା ଆଉ କାହା ସହିତ ଯାଇଥିଲେ, କେଉଁ ପରିସ୍ଥିତିରେ ସେ ବ୍ରିଜ ଉପରୁ ଖସି ପଡ଼ିଲେ ଓ କିଏ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଲେ ତାହା ସ୍ପଷ୍ଟ ହୋଇନାହିଁ। ଏପରିକି ଏହା ଦୁର୍ଘଟଣା କି ଆତ୍ମହତ୍ୟା ଅଥବା ହତ୍ୟା ତାହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri