ମୋବାଇଲ ଫୋନକୁ ନେଇ ବଚସାରୁ ହତ୍ୟାକାଣ୍ଡ

ସମ୍ବଲପୁର,୨୧।୩(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସର୍ଲାକାନୀ ଗାନ୍ଧୀପଡାର ଗଣେଶ ଓରାମ (୨୫)ଙ୍କ ମୃତ୍ୟୁ ଘଟିଥିବା ବେଳେ ଲବ ଓରାମ (୨୦) ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଏହାକୁ ନେଇ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧନୁପାଲି ଥାନା ସମ୍ମୁଖ ଭୂତାପଡା ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ପ୍ରାୟ ଦେଢ ଘଣ୍ଟା ଧରି ଯାନବାହାନ ଚଳାଚଳ ବ୍ୟାହତ ହୋଇଥିଲା। ସମ୍ବଲପୁର ଏସପି ବି. ଗଙ୍ଗାଧର ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ।
ଏସ୍‌ପି ଗଙ୍ଗାଧର କହିଛନ୍ତି ଯେ, ମୋବାଇଲ ଫୋନକୁ ନେଇ ଗଣେଶ ଓ ଅଭିଯୁକ୍ତଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା । ଏହି ଘଟଣାରୁ ହତ୍ୟାକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଜଣେ ଅଭିଯୁକ୍ତଙ୍କୁ ଅଟକ ରଖାଯାଇ ପଚରାଉଚୁରା କରାଯାଉଛି । ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ ହୋଇଛି। ମୃତକ ଗଣେଶଙ୍କ ଭଉଣୀ ତାରା ମୁଣ୍ଡା କହିଛନ୍ତି ଯେ, ତାଙ୍କ ଭାଇଙ୍କର କାହା ସହିତ ଶତ୍ରୁତା ନ ଥିଲା । ପ୍ରତିଦିନ ଭଳି ସେ ସାଙ୍ଗ ସହ ଘରୁ ବାହାରିଥିଲେ । ହେଲେ ତାଙ୍କୁ ହତ୍ୟା କରାଯାଇଥିଲା । ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତ ଅଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ ଦାବି କରିଛନ୍ତି । ସୂଚନାଯୋଗ୍ୟ, ଶନିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ ଗଣେଶ ଓ ଲବ ସାଙ୍ଗ ହୋଇ ଏକ ଦୋକାନ ସମ୍ମୁଖରେ ଛିଡା ହୋଇଥିଲେ । ଏହି ସମୟରେ ଏକ ବାଇକ୍‌ରେ ଦୁଇ ଜଣ ଯୁବକ ଆସିଥିଲେ। ସେମାନେ ମଧ୍ୟରେ ବଚସା ହୋଇଥିଲା। ପରେ ଯୁବକ ଦ୍ୱୟ ଗଣେଶ ଓ ଲବଙ୍କୁ ଭୁଜାଲିରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ । ଖବରପାଇ ପୋଲିସ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ଜିଲା ସଦର ଡାକ୍ତରଖାନାକୁ ନେଇଥିଲା। ସେଠାରେ ଗଣେଶଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଲବଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଭୀମସାରକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri