ଦୁର୍ନୀତି ଅଭିଯୋଗ ଆଣିବାରୁ ହତ୍ୟା: ଗାଁ ସାଥୀଙ୍କ ସମେତ ୫ ଅଭିଯୁକ୍ତ ଗିରଫ

ଗାଇସିଲେଟ୍‌,୨୪।୫(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ଗାଇସିଲେଟ୍‌ ଥାନା ଅଧୀନ ସେମେଲଗୁଡ଼ିଆ ଗ୍ରାମରେ ଏକ ଉନ୍ନୟନ କାର୍ଯ୍ୟରେ ହୋଇଥିବା ଦୁର୍ନୀତିରୁ ହତ୍ୟାକାଣ୍ଡ ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ହତ୍ୟାକାଣ୍ଡରେ ଗ୍ରାମର କଳାକୁମର ମହାନନ୍ଦ(୫୫)ଙ୍କ ମୃତ୍ୟୁ ହୋଇଛି। ପୋଲିସ ଏହି ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ଗାଁ ସାଥୀ ବିପିନ ମହାନନ୍ଦ(୪୨)ଙ୍କ ସମେତ ଉପେନ୍ଦ୍ର ମହାନନ୍ଦ(୩୮), ସହଦେବ ମହାନନ୍ଦ(୬୫), ମହେଶ ପ୍ରସାଦ ମହାନନ୍ଦ(୩୮) ଓ ପ୍ରସନ୍ନ ମହାନନ୍ଦ(୩୩) ରହିଛନ୍ତି। ଶନିବାର ସେମାନଙ୍କୁ ପଦ୍ମପୁର କୋର୍ଟକୁ ଚାଲାଣ କରାଯାଇଛି।

ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ପଦ୍ମପୁର ଉପକାରାଗାର ହାଜତକୁ ପଠାଇ ଦିଆଯାଇଛି। ମୃତକଙ୍କ ପୁଅ ପିତାମ୍ବରଙ୍କ ଏତଲା କ୍ରମେ ପୋଲିସ ଏ ନେଇ ଏକ ମାମଲା(ନଂ.୮୭/୨୫) ରୁଜୁ କରିଛି।

ମିଳିଥିବା ସୂଚନା ମୁତାବକ, ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏ) କାମରେ ଅଭିଯୁକ୍ତ ଗାଁ ସାଥୀ ବିପିନ ଅନିୟମିତତା କରିଥିବା ନେଇ ଅଭିଯୋଗ ହୋଇଥିଲା। ଗତ ମାର୍ଚ୍ଚ ୧୮ତାରିଖ ଗ୍ରାମବାସୀ ଏଭଳି ଅଭିଯୋଗ ନେଇ ଜିଲାପାଳ ଏବଂ ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀଙ୍କୁ ଫେରାଦ ହୋଇଥିଲେ।

ଅଭିଯୋଗ ପାଇବା ପରେ ଗତ ୨୦ତାରିଖ ଏକ ୪ଜଣିଆ ଟିମ୍‌ ଏହାର ତଦନ୍ତ ପାଇଁ ଗ୍ରାମକୁ ଆସିଥିଲେ। ତଦନ୍ତ ସମୟରେ ଗ୍ରାମବାସୀ ଗାଁ ସାଥୀ ବିପିନଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହାପରେ ବିପିନ ମୃତକଙ୍କ ପରିବାରକୁ ହତ୍ୟା ଧମକ୍‌ ଦେଇଥିଲେ। ଗତ ୨୧ତାରିଖ ଗିରଫ ଅଭିଯୁକ୍ତମାନେ କଳାକୁମରଙ୍କ ଘରକୁ ଆସି ପଥରମାଡ଼ କରିବା ସହିତ ଲୁହାରଡ଼ରେ ପରିବାର ଲୋକଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ କଳାକୁମର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ବଲାଙ୍ଗୀର ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା। ସେଠାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଗତ ୨୨ତାରିଖ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ଗାଁକୁ ଅଣାଯାଇଥିଲା। ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri