ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି। ମୃତ ମହିଳା ହେଲେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ମମତା ହୋତା(୫୭)। ଅର୍ଥ ଦେଣନେଣ କାରବାରରୁ ଉପୁଜିଥିବା ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି। ବରଗଡ଼ ଜିଲା ବରପାଲି ଥାନା ପୋଲିସ ହତ୍ୟା ଅଭିଯୁକ୍ତ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ବେହେରାମାଲ ଗ୍ରାମର ରମାକାନ୍ତ ପୂଜାରୀ(୫୬)ଙ୍କୁ ଗିରଫ କରିଛି। ତାଙ୍କ ପାଖରୁ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ, ବାଇକ୍‌(ନଂ.ଓଆର୧୭ଡି ୬୧୧୦) ଜବତ ହୋଇଛି। ଏହା ସହିତ ମୃତ ମହିଳାଙ୍କ ଚପଲ, ଅନ୍ୟ ପରିଧାନ ଏବଂ ମୋବାଇଲ ଜବତ ହୋଇଛି। ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜିଲା କାରାଗାରକୁ ପଠାଇ ଦିଆଯାଇଛି। ଏ ନେଇ ବରପାଲି ଥାନାରେ ଏକ ହତ୍ୟା ମାମଲା(ନଂ.୨୫୫/୨୬) ରୁଜୁ ହୋଇଛି।
   ଜିଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗଡ଼ ଏସ୍‌ପି ରବୀନ୍ଦ୍ରନାଥ ଶତପଥୀ ସୂଚନା ଦେଇଥିଲେ। ଗତ ୨୧ ତାରିଖ ସକାଳେ ମହିଳାଙ୍କ ମୃତଦେହ ଜବତ ହୋଇଥିଲା। ସେତେବେଳେ ମହିଳାଙ୍କ ପରିଚୟ ମିଳିଥିବାବେଳେ ତାଙ୍କ ମୁଣ୍ଡ ତଥା ଶରୀରର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ରହିଥିଲା। ଏ ନେଇ ସ୍ଥାନୀୟ ସତଲମା ସରପଞ୍ଚଙ୍କ ସ୍ବାମୀ ରାଘବ ନାଏକ ଲିଖିତ ରିପୋର୍ଟ କରିବା ପରେ ସାଇବର ସେଲ୍‌ ଓ ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ପୋଲିସର ୩ ଟିମ୍‌ ତଦନ୍ତ ଆରମ୍ଭ କରିଥିଲା। ସୋସିଆଲ ମିଡିଆରେ ମୃତାଙ୍କ ଫଟୋ ପୋଷ୍ଟ କରିବା ପରେ ତାଙ୍କ ପରିବାର ଲୋକ ପୋଲିସ ସହ ଯୋଗାଯୋଗ କରିଥିଲେ। ମୃତ ମହିଳାଙ୍କ ପରିବାର ପହଞ୍ଚିବା ପରେ ମୃତଦେହ ବ୍ୟବଚ୍ଛେଦ ହୋଇଥିଲା ଏବଂ ପରିବାର ଲୋକଙ୍କୁ ପଚରାଉଚରା କରିବା ପରେ ହତ୍ୟା ଗୁମର ଖୋଲିଥିଲା। ଗିରଫ ଅଭିଯୁକ୍ତଙ୍କ ସହିତ ଦୀର୍ଘଦିନ ଧରି ମୃତ ମହିଳାଙ୍କ ଟଙ୍କା ଦେଣନେଣ କାରବାର ଚାଲିଥିଲା ଏବଂ ମୃତ ମହିଳା ପ୍ରତିମାସ ତାଙ୍କଠାରୁ ନେଇଥିବା ଟଙ୍କା ଆଣିବା ପାଇଁ ଅଭିଯୁକ୍ତଙ୍କ ପାଖକୁ ଯିବାଆସିବା କରୁଥିଲେ ବୋଲି ପରିବାର ଲୋକେ ପୋଲିସକୁ କହିଥିଲେ।
ତେବେ ହତ୍ୟା ଅଭିଯୁକ୍ତ କୋର୍ଟରେ ଜଣେ ଦଲିଲ୍‌ ଲେଖକଭାବେ କାମ କରୁଥିବାବେଳେ ସେ ଧରାପଡ଼ିବା ପରେ ହତ୍ୟା ଘଟଣାକୁ ସ୍ବୀକାର କରିଥିଲେ ଏବଂ ହତ୍ୟାରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ପାଖରେ ମୃତ ମହିଳାଙ୍କ ଲକ୍ଷାଧିକ ଟଙ୍କା ବକେୟା ରହିଥିଲା। ଘଟଣାର ୨ ଦିନ ପୂର୍ବରୁ ମହିଳା ଜଣକ ଅଭିଯୁକ୍ତଙ୍କ ପାଖକୁ ୧ ଲକ୍ଷ ଟଙ୍କା ନେବା ପାଇଁ ଆସିଥିଲେ। ମାତ୍ର ଅଭିଯୁକ୍ତ ତାହା ପ୍ରଦାନ କରିବା ବଦଳରେ ନାନା ଆଳ ଦେଖାଇ ବୁଲାଇଥିଲେ। ଏପରିକି ହତ୍ୟାକାଣ୍ଡର ପୂର୍ବ ରାତିରେ ଅଭିଯୁକ୍ତ ବରପାଲି ଶୀତଳଷଷ୍ଠୀ ଯାତ୍ରାକୁ ମୃତ ମହିଳାଙ୍କୁ ବାଇକ୍‌ରେ ଆଣିଥିଲେ ଏବଂ ରାତିସାରା ବୁଲାଇବା ପରେ ପରଦିନ ଭୋର୍‌ରେ ଟାଙ୍ଗିଆରେ ହତ୍ୟାକରି ଖସିଯିବାକୁ ଉଦ୍ୟମ କରିଥିଲେ ବୋଲି ଏସ୍‌ପି ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ। ଖବରଦାତା ସମ୍ମିଳନୀରେ ବରଗଡ଼ ଏସ୍‌ଡିପିଓ ପଦାରବିନ୍ଦ ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?