ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଜୁଲାଇ ୪ ଶନିବାର ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ କେସ୍‌ ନଂ ୨୦୯/୨୦୨୬ରେ ଏକ ମାମଲା ପଞ୍ଜୀକରଣ କରିଛି। ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା ଏବଂ ଆନନ୍ଦପୁର ଥାନାଧିକାରୀ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ବିଷୟରେ ଅନୁଧ୍ୟାନ କରିଛନ୍ତି। ଏସ୍‌ଡିପିଓ ପଣ୍ଡା କହିଛନ୍ତି ଯେ, ଶୁକ ହୋଙ୍କ ପୁଅ ବିଭୀଷଣ (୫୫) ନିଜ ପୁତୁରା ଘନ ହୋ’ଙ୍କର ଘର ବାରଣ୍ଡାରେ ୩ ତାରିଖ ରାତିରେ ଶୋଇଥିଲେ। ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ବିଭୀଷଣଙ୍କ ମୁଣ୍ଡ, ଛାତି ଏବଂ ଶରୀରକୁ ଆକ୍ରମଣ କରିଥିଲେ। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ଉକ୍ତ ଗାଁକୁ ଗାଡ଼ି ଯିବା ପରି ଭଲ ରାସ୍ତା ନ ଥିବାରୁ ଏବଂ ରାତି ହୋଇଯାଇଥିବାରୁ ପ୍ରଥମେ ଘଟଣାସ୍ଥଳରୁ ମୃତଦେହକୁ ଖଟିଆରେ ବୁହା ହୋଇ ଅଣାଯାଇଥିଲା। ପରେ ଆମ୍ବୁଲାନ୍ସ ଦ୍ୱାରା ମୃତଦେହ ବ୍ୟବଚ୍ଛେଦ ପାଇଁ ଅଣାଯାଇଛି।

ସୂଚନାଯୋଗ୍ୟ, ପଇତାପାଣି ଗ୍ରାମ ମୟୂରଭଞ୍ଜ ଜିଲା ସାତକୋଶିଆ ନିକଟରେ ହୋଇଥିବାବେଳେ ଏହି ଗାଁକୁ ଭଲ ରାସ୍ତା ଖଣ୍ଡେ ନାହିଁ। ଫଳରେ ଗାଁକୁ ଯିବାକୁ ହେଲେ ପ୍ରାୟ ୨କି.ମି ଚାଲିବାକୁ ପଡ଼େ। ମୃତ ବିଭୀଷଣ ୨୦୨୦ରେ ଜଣକୁ ତୀର ମାରି ହତ୍ୟା କରିଥିଲେ। ଏହି ମାମଲାରେ ସେ ଗତ ୨୦୨୩ ରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଥିଲେ। ପରେ ଜାମିନରେ ଘରକୁ ଆସିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ

କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍‌ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି।…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…

ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର: ବାଇକ୍‌ରେ ଗଲା ମୃତଦେହ

ଲଇକେରା, ୫।୭ (ରଞ୍ଜନ କୁମାର ମେହେର): ଝାରସୁଗୁଡ଼ା ଜିଲା ଲଇକେରା ବ୍ଲକ ଅନ୍ତର୍ଗତ ଭାତଲଇଡା ପଞ୍ଚାୟତର ଉଡ଼ିଆପାଲି ଗ୍ରାମରୁ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଏକ ହୃଦୟବିଦାରକ ଓ ଲଜ୍ଜାଜନକ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri