ଡାହାଣୀ ସନ୍ଦେହରେ ମହିଳାଙ୍କୁୁ ହତ୍ୟା

ବିଶୋଇ(ଅମିତ ଦାସ)/ରାଇରଙ୍ଗପୁର (ମାନସ ମହାନ୍ତି),୩୦।୪ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଜୁଡ଼ିଆ ଗ୍ରାମରେ  ଅପରାହ୍ନ ୩ଟାରେ ଡାହାଣୀ ସନ୍ଦେହକୁ ନେଇ ଏକ ଅଭାବନୀୟ ଘଟଣା ଘଟିଛି। ସମ୍ପର୍କୀୟ ପୁତୁରା ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଖୁଡ଼ୀଙ୍କୁୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିବା ଚର୍ଚ୍ଚାର ବିଷୟ ହୋଇଛି। ମୃତ ମହିଳା ହେଲେ ଶାକର ହେମ୍ବ୍ରମ(୫୭)। ଅଭିଯୁକ୍ତ ଦୁଲାରାମ ହେମ୍ବ୍ରମ(୨୮)ଙ୍କୁ ପୋଲିସ ଗିରଫ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଦୁଲାରାମଙ୍କ ୫ ବର୍ଷ ପୁଅର ମୃତ୍ୟୁ ହେବା ପରେ ସେ ତାଙ୍କ ଖୁଡ଼ୀ ଶାକରଙ୍କୁ ଡାହାଣୀ ସନ୍ଦେହ କରିଆସୁଥିଲେ। ମଙ୍ଗଳବାର ଶାକର ଖାଇସାରି ପିଣ୍ଡାରେ ବସିଥିବା ବେଳେ ଦୁଲାରାମ ଏକ ଟାଙ୍ଗିଆରେ ତାଙ୍କ ମୁଣ୍ଡକୁ ହାଣି ଦେଇଥିଲେ। ପ୍ରବଳ ରକ୍ତସ୍ରାବ ହେବା ସହ ଘଟଣାସ୍ଥଳରେ ଶାକରଙ୍କ ମୃତ୍ୟୁ ହୋଇଥିଲା। ପରେ ଅଭିଯୁକ୍ତ ଥାନାରେ ପହଞ୍ଚତ୍ ଅପରାଧ ସମ୍ପର୍କରେ ପୋଲିସକୁ ଜଣାଇଥିଲେ। ଏ ସଂକ୍ରାନ୍ତରେ ପୋଲିସ ଏକ ହତ୍ୟା ମାମଲା(ନଂ.୮୩/୨୫) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri