ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଛତ୍ରପୁର ଥାନା ଅରୁଗୁଣୀ ଗ୍ରାମର ଆର. ରାଜା ରାଓ।
ଗୁରୁବାର ବିଳମ୍ବିତ ରାତିରେ ଆର. ରାଜାଙ୍କୁ ଦୁର୍ବୃତ୍ତମାନେ ହତ୍ୟା କରି ରିକାପଲ୍ଲୀ ଗେଟ୍ ନିକଟରେ ଥିବା ଚିକେନ ଦୋକାନ ପଛପଟେ ପକାଇ ଦେଇଥିବା ଦେଖିବାକୁ ମିଳିଛି। ଆଜି ସକାଳୁ ସ୍ଥାନୀୟ ବାସିନ୍ଦା ଦେଖି ଛତ୍ରପୁର ଥାନା ପୋଲିସକୁ ଖବର ଦେଇଥିଲେ। ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼େଇ, ଛତ୍ରପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲଙ୍କ ସମେତ ବହୁ ପୋଲିସ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଜାରି ରଖିଛନ୍ତି।