ଇଟାଭାଟି ମାଲିକଙ୍କୁ ନିର୍ମମ ହତ୍ୟା

ମହାକାଳପଡ଼ା,୨୮ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଖରିନାସୀ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଜଣାପଡ଼ିଛି। ମୃତ ଯୁବକଙ୍କ ନାମ ଦିନେଶ ବୈଦ(୩୫)। ତାଙ୍କ ଘର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ପଞ୍ଚାୟତର ପିତାପାଟ ଗ୍ରାମରେ। ସେ ଖରିନାସୀ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଏକ ସିମେଣ୍ଟ ଇଟା ଭାଟି କରିଥିଲେ। ତେବେ କେହି ଦୁର୍ବୃତ୍ତ ରବିବାର ରାତିରେ ତାଙ୍କ ମୁଣ୍ଡକୁ ହାଣି ଦେଇଛନ୍ତି। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ସୋମବାର ସକାଳୁ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri