ମଦ୍ୟପାନ କରି ବଚସା ପରେ ପଥରରେ ଛେଚି କରିଥିଲେ ହତ୍ୟା

ଆର,ଉଦୟଗିରି,୨ା୯(ମନୋଜ କୁମାର ପାଢୀ): ଗଜପତି ଜିଲା ଆର୍‌.ଉଦୟଗିରି ଥାନା ପୁରୁଣାପାଣି ପଞ୍ଚାୟତର କାଦମୂଳି ଗାଁ ନିକଟସ୍ଥ ପାହଡରେ ଜଣେ ବୃଦ୍ଧଙ୍କୁ ଗତ ସପ୍ତାହରେ ହତ୍ୟା କରାଯାଇଥିଲା। ମୃତକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଢେପଶଙ୍କରଖାଳି ଗାଁର ଶିବ ନାୟକ। ଏହି ଘଟଣାରେ ଆର. ଉଦୟଗିରି ପୋଲିସ ଗାଁର ୩ ଜଣଙ୍କୁ ଗିରଫ କରିଛି । ସେମାନେ ହତ୍ୟାକାଣ୍ଡ ପରେ ମୃତଦେହକୁ ଏକ ପଥର ଖୋଲରେ ଲୁଚାଇ ରଖିଥିଲେ।

ମଦ୍ୟପାନ କରି ବଚସା ହେବା ପରେ ଅଭିଯୁକ୍ତମାନେ ଶିବଙ୍କୁ ପଥରରେ ଛେଚି ହତ୍ୟା କରି ମୃତଦେହକୁ ନିକଟସ୍ଥ ପାହଡ ଉପରକୁ ନେଇ ଏକ ପଥର ଖୋଲରେ ଲୁଚାଇ ଦେଇଥିଲେ। ପରିବାର ଲୋକେ ଶିବଙ୍କୁ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରି କୌଣସି ସନ୍ଧାନ ପାଇ ନ ଥିଲେ। ପରେ ମୃତକଙ୍କ ଭାଇ ଆର. ଉଦୟଗିରି ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଗାଁକୁ ଯାଇ କେତେଜଣଙ୍କୁ ଥାନାକୁ ଆଣି ପଚରାଉଚରା କରିବା ପରେ ଘଟଣା ସାମ୍ନାକୁ ଆସିଥିଲା । ଅଭିଯୁକ୍ତମାନେ ମୃତଦେହକୁ ଲୁଚାଇ ରଖିଥିବା ସ୍ଥାନ ଦେଖାଇବା ପରେ ପୋଲିସ ସେଠାକୁ ଯାଇ ମୃତଦେହ ଜବତ କରିଥିଲା। ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଆର. ଉଦୟଗିରି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri