ସରପଞ୍ଚଙ୍କ ସ୍ବାମୀ-ଶ୍ୱଶୁରଙ୍କୁ ମାରିଦେଲେ ଦୁର୍ବୃତ୍ତ, ଗାଁ ଦାଣ୍ଡରେ ପଡ଼ିଛି ୨ ମୃତଦେହ

ରାୟଗଡ଼ା/ପଦ୍ମପୁର,୩ା୫(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର): ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଲିକିଟିପଦର ପଞ୍ଚାୟତ ସାରେଗଡ଼ା ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଛି । ସରପଞ୍ଚଙ୍କ ସ୍ବାମୀ ଅଗାଧୁ ଗମାଙ୍ଗ ଓ ଶିଶୁର ସେମେରା ଗମାଙ୍ଗଙ୍କୁ ଟାଙ୍ଗିଆରେ ଦୁର୍ବୃତ୍ତମାନେ ଆକ୍ରମଣ କରିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗାଁ ଦାଣ୍ଡରେ ବାପ-ପୁଅ ଦୁଇ ଜଣଙ୍କ ମୃତଦେହ ପଡ଼ିଥିବାବେଳେ ପଦ୍ମପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁଣପୁର ଏସ୍‌ଡିପିଓଙ୍କ ସମେତ ପୋଲିସ ଫୋର୍ସ ଗ୍ରାମରେ ପହଞ୍ଚିଛନ୍ତି। ଆଜି ସନ୍ଧ୍ୟାରେ କିଛି ଦୁର୍ବୃତ୍ତ ସରପଞ୍ଚଙ୍କ ସ୍ବାମୀ ଓ ଶ୍ୱଶୁରଙ୍କୁ ଆକ୍ରମଣ କରିଥିଲେ। ଜମିଜମା ବିବାଦକୁ କେନ୍ଦ୍ର କରି ଉଭୟପକ୍ଷ ମଧ୍ୟରେ କିଛି ଦିନ ହେଲା ବିବାଦ ଲାଗି ରହିଥିଲା। ଏଥିପାଇଁ ଏହି ଅଭାବନୀୟ ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି। ହତ୍ୟା ଘଟଣା ପରେ ଗ୍ରାମରେ ଚାଞ୍ଚଲ୍ୟ ଖେଳି ଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଉତ୍ତେଜନାମୂଳକ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ପୋଲିସ ସବୁ ଦିଗ ଉପରେ ନଜର ରଖିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri